ଅମାନିଆଙ୍କୁ ସାବଡ କରିଛି ରାଜ୍ୟ ପୋଲିସ: ମାସ୍କ ନ ପିନ୍ଧି ଦେଲେଣି ୧ କୋଟି ୨୫ଲକ୍ଷ ଟଙ୍କା

ଭୁବନେଶ୍ୱର,୧୨ା୬(ବ୍ୟୁରୋ)- କରୋନା ସଂକ୍ରମଣ ପ୍ରତିହତ କରିବାକୁ ରାଜ୍ୟ ସରକାର ଯଥା ସମ୍ଭବ ଚେଷ୍ଟା ଚଳାଇଛନ୍ତି। ଏପରି କି ଘରୁ ବାହାରକୁ ଗୋଡ଼ କାଢ଼ିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ହେଲେ କେତେକ ଅମାନିଆ ଏହାକୁ ନ ମାନି ବିନା ମାସ୍କରେ ଖୁଲମଖୁଲା ବୁଲୁଛନ୍ତି। ତେଣୁ ସାରା ରାଜ୍ୟରେ ପୋଲିସ ପକ୍ଷରୁ ମାସ୍କ ଯାଞ୍ଚକୁ ଜୋରଦାର କରାଯାଇଛି। ବଜାର ହେଉ ଅବା ପରିବାର ହାଟ ସବୁଠି ଚାଲିଛି ମାସ୍କ ଚେକିଂ। ଯେଉଁମାନେ ମାସ୍କ ନ ପିନ୍ଧି ବୁଲୁଛନ୍ତି ସେମାନଙ୍କ ଠାରୁ ପୋଲିସ ଜରିମାନା ଆଦାୟ କରୁଛନ୍ତି। ତେବେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଏପର୍ଯ୍ୟନ୍ତ ୧କୋଟି ୨୫ ଲକ୍ଷ ୮୪ହଜାର ଟଙ୍କା ଆଦାୟ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଭିଡ଼ିଓ କନ୍‌ଫରେନ୍ସ ବୈଠକରେ ଏହି ତଥ୍ୟ ଦେଇଛନ୍ତି ପୋଲିସ ଡିଜି ଅଭୟ। ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ରାଜ୍ୟର ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଉଛି। କେବଳ ମାସ୍କ ନୁହେଁ, ସାମାଜିକ ଦୂରତା ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କଠାରୁ ମଧ୍ୟ ଜରିମାନା ଆଦାୟ କରାଯାଉଛି ବୋଲି ଅଭୟ କହିଛନ୍ତି। ଏପର୍ଯ୍ୟନ୍ତ ସାମାଜିକ ଦୂରତା ଉଲ୍ଲଂଘନ ଅଭିଯୋଗରେ ୧୧ଲକ୍ଷ ୭୪ ହଜାର ୩୫୦ ଟଙ୍କା ଆଦାୟ କରାଯାଇଛି। ଏହାଛଡ଼ା ରାତ୍ରକାଳୀନ କର୍ଫ୍ୟୁବେଳେ ନିୟମ ଉଲ୍ଲଂଘନ କରି ବାହାରେ ବୁଲୁଥିବା ବ୍ୟକ୍ତିଙ୍କ ଠାରୁ ୧ଲକ୍ଷ ୩ହଜାର ଟଙ୍କା, ସାପ୍ତାହିକ ଲକ୍‌ଡାଉନ୍‌କୁ ଉଲ୍ଲଂଘନ କରିବା ଅଭିଯୋଗରେ ୩ ହଜାର ଟଙ୍କା ଆଦାୟ କରାଯାଇଛି ବୋଲି ଡିଜିପି ସୂଚନା ଦେଇଛନ୍ତି। ଆଗାମି ଦିନରେ ରାଜ୍ୟ ପୋଲିସ ପକ୍ଷରୁ ଏଭଳି ଯାଞ୍ଚ ଜାରି ରହିବ ବୋଲି ଡିଜିପି ଅଭୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri