ଅମାନିଆଙ୍କୁ ସାବାଡ଼ କଲା ପୋଲିସ: ଅପରାହ୍ନ ୧ଟା ସୁଦ୍ଧା ୮୪୭ ବାଇକ୍‌ ଜବତ

ଭୁବନେଶ୍ୱର,୬।୪(ବ୍ୟୁରୋ): କରୋନା (କୋଭିଡ୍‌-୧୯)ର ମୁକାବିଲା ପାଇଁ କେନ୍ଦ୍ର ସରକାର ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଆହୁରି କଡ଼ାକଡ଼ି କରିବା ପାଇଁ ରାଜ୍ୟ ସରକାର ୪୮ ଘଣ୍ଟିଆ ସଡ୍‌ଡାଉନ୍‌ କରିଥିଲେ। ସଟ୍‌ଡାଉନ ଶେଷ ହେବା ପରେ ଅର୍ଥାତ୍‌ ସୋମବାର ସକାଳେ ରାଜଧାନୀରେ ଅମାନିଆଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ସେମାନେ ବିଭିନ୍ନ ବାହାନା ଦେଖାଇ ବାଇକ୍‌ଧରି ବୁଲୁଥିଲେ। ଏହି ଅମାନିଆଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଆକ୍ସନ ମୁଡ଼କୁ ଆସିଛି। ଯେଉଁମାନେ ବିନା କାରଣରେ ବାହାରେ ବୁଲୁଥିଲେ ପୋଲିସ ସେମାନଙ୍କୁ କାରଣ ପଚାରିଥିଲା। କିଛି ଆବଶ୍ୟକ ନ ଥାଇ ବୁଲୁଥିବା ଯୁବକଙ୍କୁ ଧରି ପୋଲିସ ପିଟିବା ସହ ସେମାନଙ୍କ ବାଇକ୍‌କୁ ଜବତ କରିଛି। ଅପରାହ୍ନ ୧ଟା ସୁଦ୍ଧା ପୋଲିସ ୮୪୭ ବାଇକ୍‌ ଜବତ କରିଛି। ଜବକ ବାଇକ ମାଲିକଙ୍କଠାରୁ ପୋଲିସ ଫାଇନ ଆଦାୟ କରିବ ବୋଲି ଡିସିପି ଅନୁପ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri