ଅମାନିଆଙ୍କୁ ସାବାଡ୍‌ କଲା ପୋଲିସ

ଢେଙ୍କାନାଳ ଅଫିସ, ୯।୪: ରାଜ୍ୟରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଖୋର୍ଦ୍ଧା, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ପୁରୀ, କଳାହାଣ୍ଡି, ଯାଜପୁର ଜିଲାରେ ସଂକ୍ରମଣ ଦେଖାଦେଇଛି। ସୀମାବର୍ତ୍ତୀ ଜିଲାରେ କୋଭିଡ୍‌-୧୯ର ପଦଧ୍ୱନି ପରେ ସତର୍କ ହୋଇଉଠିଛି ଢେଙ୍କାନାଳ ଜିଲା ପ୍ରଶାସନ। ଜିଲାରେ ଲକ୍‌ଡାଉନ ଏବଂ ସାମାଜିକ ଦୂରତ୍ୱ ନିୟମକୁ ଅଧିକ କଡ଼ାକଡ଼ି କରାଯାଇଛି। ଲୋକମାନଙ୍କୁ ସଚେତନ କରାଯିବା ସହ ସେମାନଙ୍କ ଜୀବନକୁ ସୁରକ୍ଷିତ ରଖିବା ଲାଗି କଠୋର ଆଭିମୁଖ୍ୟ ଗ୍ରହଣ କରାଯାଉଛି।
ସହରରେ ବୁଧବାରଠାରୁ ଦୁଇଚକିଆ ଯାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ତଥାପି ବିଭିନ୍ନ ଆଳ ଦେଖାଇ ଲକ୍‌ଡାଉନ କଟକଣା ଉଲ୍ଲଂଘନ କରୁଛନ୍ତି ଅମାନିଆ ଯୁବକ। ସମ୍ପୃକ୍ତ ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୋଲିସ। ସନ୍ଧ୍ୟା ସୁଦ୍ଧା ୯ ଗାଡ଼ି ଜବତ କରାଯିବା ସହ ୧୪ ଜଣଙ୍କୁ ଗିରଫ କରାଯାଇଛି। ୧୪ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ଟାଉନ ଥାନା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏସ୍‌ପି ଅନୁପମା ଜେମ୍‌ସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୋଲିସ ଅଧିକାରୀମାନେ ଜନଗହଳି ସ୍ଥାନରେ ଯାନବାହନ ଯାଞ୍ଚ କରିଥିଲେ। ଜରୁରୀ କାର୍ଯ୍ୟ ନ ଥିଲେ ବାହାରେ ନ ବୁଲିବାକୁ ଏସ୍‌ପି ସଚେତନ କରିଥିଲେ। ନିୟମ ନ ମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ ଚେତାବନୀ ଦିଆଯାଇଛି। ଏସ୍‌ପିଙ୍କ ନିର୍ଦ୍ଦେଶରେ ଟାଉନ ଥାନା ଅଧିକାରୀ ଜ୍ଞାନରଞ୍ଜନ ସାମଲ, ଏସ୍‌ଆଇ ଚନ୍ଦ୍ରକାନ୍ତ ସେଠୀ, ପିଏସ୍‌ଆଇ ପ୍ରିୟଦର୍ଶିନୀ ଈପ୍‌ସିତା, ଇତିଶ୍ରୀ ବେହେରା, ଦେବାଶିଷ ଶତପଥୀ, ହିମାଂଶୁ ଶେଖର ପାତ୍ରଙ୍କୁ ନେଇ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠିତ ହୋଇଛି। ଏହି ସ୍କ୍ବାଡ୍‌ ସହରର ମୁଖ୍ୟ ରାସ୍ତା, ଛକ, ଗଳିକନ୍ଦିରେ ପଇଁତରା ମାରିବା ସହ ନିୟମ ଉଲ୍ଲଂଘନ କରୁଥିବା ଯୁବକଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri