ଅମିତ ଧଳ ଗୁଳିକାଣ୍ଡର ପର୍ଦ୍ଦାଫାଶ : ୪ ଅଭିଯୁକ୍ତ କୋର୍ଟଚାଲାଣ

ଝାରସୁଗୁଡ଼ା ଅଫିସ/ଲଖନପୁର ୨୭ା୬(ଡି.ଏନ୍‌.ଏ.) : ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଅମିତ ଧଳ ଗୁଳିକାଣ୍ଡର ୪ଦିନ ପରେ ପୋଲିସ ଘଟଣାର ପର୍ଦ୍ଦାଫାଶ କରିଛି । ଏହି ହତ୍ୟାକାଣ୍ଡରେ ସମ୍ପୁକ୍ତ ଥିବା ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ସନ୍ଦୀପ କୁମାର ସିଂହ (୨୫),ରମେଶ ପାଇକରାଏ(୩୦),ଓକିଲ ରାଏ(୨୨) ଓ ମହମ୍ମଦ ମହବାଜ(୨୮) ବୋଲି ଜଣାପଡ଼ିଛି । ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଏମାନଙ୍କ ନିକଟରୁ ୪ଟି ବନ୍ଧୁକ, ୨୦ଟି ଅଫୁଟା ଗୁଳି ସହିତ ଓଆର ୨୩ ଏଫ୍‌ ୯୫୪୬ ଓଡି ୨୩ ସି ୬୬୩୮ ନଂ ବିଶିଷ୍ଟ ୨ଟି ବାଇକକୁ ପୋଲିସ ଜବତ କରିଛି । ହତ୍ୟାକାଣ୍ଡ ପଛରେ କୋଇଲା ବ୍ୟବସାୟ ଓ ପୂର୍ବ ଶତୃତା ରହିଛି । ଏହି ଘଟଣାରେ ଆହୁରି ଅଧିକ ଜଣ ସମ୍ପୃକ୍ତ ଥିବା ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି। ଖୁବ୍‌ଶୀଘ୍ର ସେମାନଙ୍କୁ ଧରାଯିବ ବୋଲି ଖବରଦାତା ସମ୍ମିଳନୀରେ ଏସ୍‌ପି ଅଶ୍ବିନୀ ମହାନ୍ତି କହିଛନ୍ତି। ସୂଚନାଥାଉ କି, ଗତ ୨୪ ତାରିଖ ରାତିରେ ଅମିତ ସାଙ୍ଗଙ୍କ ସହିତ ମିଶି ବ୍ରଜରାଜନଗର ବସଷ୍ଟାଣ୍ଡରେ ତାସ ଖେଳୁଥିଲେ। ଏହି ସମୟରେ ୨ ଜଣ ଯୁବକ ବାଇକରେ ଆସି ତାଙ୍କ ଉପରକୁ ଅତର୍କିତ ଗୁଳି ଚଳାଇ ଫେରାର ହୋଇଯାଇଥିଲେ। ଏହି ଗୁଳି ଅମିତଙ୍କ ପେଟ ଓ ଜଙ୍ଘରେ ବାଜିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ପ୍ରଥମେ ଏମ୍‌ସିଏଲ ମଣ୍ଡଳିଆ ସେଣ୍ଟ୍ରାଲ ହସ୍ପିଟାଲ ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ ମେଡିକାଲରେ ପହଞ୍ଚିବା ପୂର୍ବରୁ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri