Posted inଖେଳ

ଅମିତ୍‌, ବ୍ରଜ ଭୂଷଣ ଓସ୍‌ଜା ପୁରସ୍କାର ପାଇଁ ମନୋନୀତ

ଭୁବନେଶ୍ୱର, ୨୨।୬ (ସ୍ପୋଟର୍‌ସ ବ୍ୟୁରୋ)- ପ୍ରତିବର୍ଷ ଭଳି ୨୦୧୮ ବର୍ଷ ଲାଗି କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ରାଜ୍ୟର ଦୁଇ କ୍ରୀଡ଼ାବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧିତ କରିବା ଲାଗି ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଉଦୀୟମାନ ହକି ଖେଳାଳି ଅମିତ୍‌ ରୋହିଦାସ ଓ ସମ୍ମାନଜନକ ଦ୍ରୋଣାଚାର୍ଯ୍ୟ ପୁରସ୍କାର ବିଜେତା ବକ୍ସିଂ କୋଚ୍‌ ବ୍ରଜ ଭୂଷଣ ମହାନ୍ତି ୨୦୧୮ ବର୍ଷ ଲାଗି ଓସ୍‌ଜା ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଭାରତୀୟ ହକି ଦଳର ଯୁବ ତାରକା ଅମିତ୍‌ ୨୦୧୮ ବର୍ଷ ଲାଗି ‘ସ୍ପୋଟର୍‌ସପର୍ସନ୍‌ ଅଫ୍‌ ଦି ଇୟର’ ଓ ବ୍ରଜ ଭୂଷଣଙ୍କୁ ‘ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ’ ପୁରସ୍କାର ପ୍ରଦାନ କରାଯିବା ନେଇ ଶୁକ୍ରବାର ଓସ୍‌ଜା ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଜୁନ ୨୯ରେ ଭୁବନେଶ୍ୱରର ଏକ ଷ୍ଟାର୍‌ ହୋଟେଲରେ ହେବାକୁ ଥିବା ସ୍ବତନ୍ତ୍ର ଉତ୍ସବରେ ଉଭୟଙ୍କୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି। ପୁରସ୍କାର ବାବଦକୁ ଉଭୟଙ୍କୁ ୨୫ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି। କ୍ରୀଡ଼ାକ୍ଷେତ୍ରରେ ଉଲ୍ଳେଖନୀୟ ସଫଳତା ହାସଲ କରିଥିବା ବ୍ୟକ୍ତିଙ୍କୁ ଓସ୍‌ଜା ପକ୍ଷରୁ ୨୦୧୭ରୁ ପ୍ରତିବର୍ଷ ଏହାର ବାର୍ଷିକ ଉତ୍ସବରେ ସମ୍ବର୍ଦ୍ଧିତ କରାଯାଇଆସୁଛି।
ଉଲ୍ଲେଖଯୋଗ୍ୟ, ଅମିତ୍‌ ନିଜର ପ୍ରଭାବୀ ପ୍ରଦର୍ଶନ ବଳରେ ଗତ କିଛିବର୍ଷ ହେଲା ଭାରତୀୟ ସିନିୟର ହକି ଦଳରେ ଜଣେ ସ୍ଥାୟୀ ସଦସ୍ୟଭାବେ ସ୍ଥାନ ପାଇଆସୁଛନ୍ତି। ବର୍ତ୍ତମାନ ସୁଦ୍ଧା ସେ ଭାରତ ପକ୍ଷରୁ ୭୮ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିସାରିଛନ୍ତି। ୨୦୧୭ରେ ଢାକାରେ ଅନୁଷ୍ଠିତ ଏସିଆ କପ୍‌ ଓ ନିକଟରେ ଭୁବନେଶ୍ୱରରେ ଶେଷ ହୋଇଥିବା ଏଫ୍‌ଆଇଏଚ୍‌ ପୁରୁଷ ହକି ସିରିଜ ଫାଇନାଲ୍ସରେ ସ୍ବର୍ଣ୍ଣ ପଦକ ଜିତିଥିବା ଭାରତୀୟ ଦଳର ସେ ପ୍ରମୁଖ ସଦସ୍ୟ ରହିଥିଲେ। ସେହିଭଳି ଭାରତୀୟ ଦଳ ସହ ସେ ୨୦୧୩ରେ ଇପୋଠାରେ ଅନୁଷ୍ଠିତ ଏସିଆ କପ୍‌ରେ ଓ ୨୦୧୮ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ଏବଂ ୨୦୧୮ରେ ଜାକର୍ତ୍ତା ଏସିଆନ ଗେମ୍ସ ଓ ଭୁବନେଶ୍ୱରରେ ଅନୁଷ୍ଠିତ ଓ୍ବାଲର୍‌ଡ ଲିଗ୍‌ ଫାଇନାଲ୍ସରେ ବ୍ରୋଞ୍ଜ ପଦକ ଜିତିଥିଲେ। ଅପରପକ୍ଷରେ ଗଞ୍ଜାମ ଜିଲାର ବ୍ରଜଭୂଷଣ ଜଣେ ଜଣାଶୁଣା ବକ୍ସିଂ ପ୍ରଶିକ୍ଷକ ଭାବେ ଦେଶରେ ବେଶ୍‌ ପ୍ରସିଦ୍ଧି ଲାଭ କରିଛନ୍ତି। ୨୦୧୭ରେ ତାଙ୍କୁ ସମ୍ମାନଜନକ ଦ୍ରୋଣାଚାର୍ଯ୍ୟ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ଅନ୍ତର୍ଜାତୀୟ ତାରକା ଶିବ ଥାପ୍ପା, ଡିଙ୍ଗ୍‌କୋ ସିଂ, ଗୁରୁଚରଣ ସିଂ ଓ ବିକାଶ କ୍ରୀଷ୍ଣା ଯାଦବଙ୍କ ପରି ବକ୍ସରଙ୍କୁ ଗଢ଼ିତୋଳିବାରେ ବ୍ରଜଭୂଷଣଙ୍କ ଯଥେଷ୍ଟ ଅବଦାନ ରହିଛି। ସେ ୨୦୦୨ରୁ ୨୦୧୧ ପର୍ଯ୍ୟନ୍ତ ଭାରତୀୟ ବକ୍ସିଂ ଦଳର ପ୍ରଶିକ୍ଷକ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ମ୍ୟାଚ ଜିତିବା ପରେ ଶୁବମନଙ୍କ ପାଇଁ କୋହଲି କଲେ ଏମିତି କିଛି, ଜିତିନେଲେ ସମସ୍ତଙ୍କ ମନ; ଭାଇରାଲ ଭିଡିଓ ଦେଖିଲେ…

ବର୍ମିଂହାମ,୧୫।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚରେ ଭାରତୀୟ ଦଳର ଚମତ୍କାର ବିଜୟ ପରେ, ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏକ ସୁନ୍ଦର ଭିଡିଓ ସୋସିଆଲ ମିଡିଆରେ…

ଇଂଲଣ୍ଡରୁ ପରାସ୍ତ କରିବା ପରେ ବଡ଼ କଥା କହିଲେ ଶୁବମନ ଗିଲ୍‌

ବର୍ମିଂହାମ,୧୫।୭: ପ୍ରଥମ ଦିନିକିଆରେ ଇଂଲଣ୍ଡ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ମଧ୍ୟକ୍ରମ ବ୍ୟାଟସମ୍ୟାନମାନଙ୍କୁ ପ୍ରଶଂସା କରି କହିଛନ୍ତି, ଚାପ…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri