Posted inଖେଳ

ଅମିୟଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୧।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ପୁରୁଷ ୧୦୦ ମିଟର ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ରାଜ୍ୟପାଇଁ ଆଉ ଏକ ଖୁସି ଖବର ଆଣିଛନ୍ତି ତାରକା ସ୍ପ୍ରିଣ୍ଟର ଅମିୟ ମଲିକ। ଆହତ ସମସ୍ୟା ଏବଂ ଅନ୍ୟାନ୍ୟ କାରଣ ପାଇଁ ଦୀର୍ଘଦିନହେବ ଟ୍ରାକ୍‌ରୁ ଦୂରେଇ ରହିଥିବା ଏହି ଓଡ଼ିଆ ଆଥଲେଟ୍‌ ସଫଳ ପ୍ରତ୍ୟାବର୍ତ୍ତନ କରିବାରେ ସକ୍ଷମ ହୋଇଛନ୍ତି। ହିଟ୍‌ରେ ୧୦.୫୦ସକେଣ୍ଡ ସମୟ ନେଇଥିବା ଅମିୟ ସେମିଫାଇନାଲରେ ୧୦.୫୩ ସେକେଣ୍ଡ ସହିତ ଫାଇନାଲରେ ପ୍ରବେଶ କରିଥିଲେ। ଏହି ୨ଟି ରେସ୍‌ରେ ସେ କେତେକ ପ୍ରତିଯୋଗୀଙ୍କ ପଛରେ ପଡ଼ି ଯାଇଥିଲେ ହେଁ ଫାଇନାଲରେ ଫାଇନାଲରେ ୧୦.୪୬ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ମାଲେସିଆର ଜୋନାଥନ ଆନାକ ନିପା ୧୦.୪୭ ସେକେଣ୍ଡ ସହ ରୌପ୍ୟ ଏବଂ ପଞ୍ଜାବର ଗୁରିନ୍ଦରବୀର ସିଂ ୧୦.୪୮ ସେକେଣ୍ଡ ସହିତ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଅମିୟଙ୍କ ନାମରେ ଜାତୀୟ ରେକର୍ଡ ମଧ୍ୟ ରହିଛି। ସେ ୨୦୧୬ ଏପ୍ରିଲରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପ୍ରତିଯୋଗିତାରେ ୧୦.୨୬ ସେକେଣ୍ଡ ସମୟ ନେଇ ଜାତୀୟ ରେକର୍ଡ ସୃଷ୍ଟି କରିଥିଲେ।

ଅମିୟଙ୍କ ଟାଇମିଂ
ହିଟ୍‌: ୧୦.୫୦ ସେକେଣ୍ଡ
ସେମିଫାଇନାଲ: ୧୦.୫୩ ସେକେଣ୍ଡ
ଫାଇନାଲ: ୧୦.୪୬ ସେକେଣ୍ଡ


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri