ଅମୃତସରରେ ସ୍ବତନ୍ତ୍ର ଟ୍ରେନ୍‌ ବାତିଲ୍‌: ବିକ୍ଷୋଭ ପ୍ରଦର୍ଶନ କଲେ ଉତ୍ତ୍ୟକ୍ତ ପ୍ରବାସୀ

ଚଣ୍ଡିଗଡ଼,୨୯।୫: ଦେଶରେ କରୋନା ଭାଇରସ୍‌ ସଙ୍କଟ ଯୋଗୁ ଲକ୍‌ଡାଉନ ଜାରି ରହିଛି। ଏଥିଯୋଗୁ ସବୁଠାରୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ପ୍ରବାସୀ ଶ୍ରମିକମାନେ। ଦେଶବ୍ୟାପି ଲକ୍‌ଡାଉନ ହେବାର ୨ମାସରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ ପ୍ରବାସୀମାନେ ନିଜ ଘରକୁ ଫେରି ପାରିନାହାନ୍ତି। ଇତିମଧ୍ୟରେ ପଞ୍ଜାବ ଅମୃତସରରେ ପ୍ରବାସୀ ଶ୍ରମିକମାନେ ଶୁକ୍ରବାର ବିକ୍ଷୋଭ ପଦର୍ଶନ କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଅମୃତସରରୁ ଚାଲିବାକୁ ଥିବା ସ୍ବତନ୍ତ୍ର ଟ୍ରେନ୍‌ ଶେଷ ମୁହୂର୍ତ୍ତରେ ବାତିଲ ହୋଇଯାଇଥିଲା। ଫଳରେ ପ୍ରବାସୀ ଶ୍ରମିକଙ୍କ ଘରକୁ ଯିବା ଆଶା ମଉଳିଯାଇଥିଲା। ଏହାପରେ ଉତ୍ତ୍ୟକ୍ତ ପ୍ରବାସୀମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଶ୍ରମିକଙ୍କ କହିବା ଅନୁଯାୟୀ, ପ୍ରଶାସନ ପକ୍ଷରୁ ଗୁରୁବାର ହେଲ୍‌ଥ ସ୍କ୍ରିନିଂ କରାଯାଇ ବସ୍‌ ଯୋଗେ ସେମାନଙ୍କୁ ଷ୍ଟେଶନକୁ ନିଆଯାଇଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ଟ୍ରେନ୍‌ ବାତିଲ ହୋଇଗଲା ବୋଲି ପ୍ରଶାସନ ସେମାନଙ୍କୁ ଜଣାଇଥିେଲେ। ଏହାପରେ ସରକାର ତୁରନ୍ତ ଘରକୁ ପଠାଇବାକୁ ବ୍ୟବସ୍ଥା କରନ୍ତୁ ବୋଲି ଦାବି କରି ପ୍ରବାସୀ ଶ୍ରମିକମାନେ ରାସ୍ତାକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri