‘ଅମ୍ଫନ’ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପାଇଁ ଦାବିପତ୍ର

ବାଲିଆପାଳ,୨୭।୫(ସ୍ବ.ପ୍ର.)- ଅମ୍ଫନ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ ସହାୟତା ପ୍ରଦାନ ପାଇଁ ଚାଷୀ ଏକତା ମଞ୍ଚ ଓ ଉପକୂଳ ଭିଟାମାଟି ସୁରକ୍ଷା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବାଲିଆପାଳ ତହସିଲଦାର ଦୀପକ କୁମାର ଦାସଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଗତ ୨୦ତାରିଖରେ ହୋଇଥିବା ବାତ୍ୟା ଅମ୍ଫନ ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂପୁର ଜିଲାରେ ବ୍ୟାପକ କ୍ଷୟକ୍ଷତି କରାଇଛି। ବାଲେଶ୍ୱର ଜିଲାର ବାଲିଆପାଳ, ଭୋଗରାଇ, ବସ୍ତା, ଜଳେଶ୍ୱର, ସଦର, ବହାନଗା ଅଞ୍ଚଳରେ ହଜାର ହଜାର ଏକର ଡାଳୁଅଧାନ, ମୁଗବିରି, ଚିନାବାଦାମ ଚାଷ ସମ୍ପୂର୍ଣ୍ଣ ଉଜୁଡି ଯାଇଛି। ଏଥିସହିତ ଏହିସବୁ ଅଞ୍ଚଳରେ ୫ହଜାରରୁ ଅଧିକ ପାନବରଜ ମାଟିରେ ମିଶିଯାଇଛି। ଶହଶହ ସଂଖ୍ୟାରେ ଥିବା ଚାଳଘର ଛପର ଉଜୁଡ଼ିଯାଇଛି। ସରକାର ତୁରନ୍ତ କ୍ଷତିଗ୍ରସ୍ତ ଚାଷୀଙ୍କୁ ବିହନ, ସାର, ଔଷଧ, ଯୋଗାଇଦେବା ସହିତ ପାନଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବାକୁ ଦାବି ହୋଇଛି। ସେହିପରି କ୍ଷତିଗ୍ରସ୍ତ ଘରକୁ ତୁରନ୍ତ ପଲିଥିନ ଏବଂ ନୂତନ ଘର ତୋଳିବାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସ୍ବତନ୍ତ୍ର ଅନୁଦାନ ଯୋଗାଇଦେବାକୁ ଚାଷୀ ଏକତା ମଞ୍ଚର ସଭାପତି ଅରୁଣ ଜେନା, ସୂଚନା ଅଧିକାର ଅଭିଯାନର ଆବାହକ ଅନୁଜ ମହାପାତ୍ର,ଗଣଚେତନା ମଞ୍ଚର ସଭାପତି କୁଶଧ୍ୱଜ ଜେନା, ନିର୍ମାଣ ଶ୍ରନିକ ସଂଘର ମୃତ୍ୟୁଞ୍ଜୟ ରାଉତ, ନାଗରିକ ସୁରକ୍ଷା କମିଟିର ଆକବର ସାହା, ଧନଞ୍ଜୟ ଜେନା, ଗୋପାଳ ଚନ୍ଦ୍ର ମହାଳିକ, ଦେବେନ୍ଦ୍ର ଦାସ ପ୍ରମୁଖ ସରକାରଙ୍କ ଠାରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଦେବେଶ

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri