ଅମ୍ଫନ ପାଇଁ ପ୍ରସ୍ତୁତ ରୁହ

କଟକ ଅଫିସ,୧୬ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲାରେ ବ୍ୟାପକ ଫୋର୍ସ ମୁତୟନ ଓ ଏହା ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ ଗୁରୁତ୍ୱାରୋପ କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଶୁକ୍ରବାର ଅନୁଷ୍ଠିତ ଏକ ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋଚନା କରିଛନ୍ତି। ଭିଡିଓ କନଫରେନ୍ସ ମାଧ୍ୟମରେ ହୋଇଥିବା ଏହି ବୈଠକରେ ସ୍ବତନ୍ତ୍ର ଡିଜି ଗୋଇନ୍ଦା, ଅତିରିକ୍ତ ଡିଜି ରେଲଓ୍ବେ, ସମସ୍ତ ରେଞ୍ଜ ଆଇଜି, ଡିଆଇଜି, ରାଜ୍ୟର ସମସ୍ତ ଆରକ୍ଷୀ ଅଧୀକ୍ଷକ, କଟକ ଓ ରାଉରକେଲା ରେଲଓ୍ବେ ପୋଲିସ ଅଧୀକ୍ଷକ ସାମିଲ ହୋଇଛନ୍ତି। ଏହା ବ୍ୟତୀତ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ନିରାପତ୍ତା ବ୍ୟବସ୍ଥା ଓ ପ୍ରବାସୀ ଶ୍ରମିକଙ୍କ ଘରବାହୁଡ଼ା ପ୍ରସଙ୍ଗର ସମୀକ୍ଷା କରିଛନ୍ତି ଡିଜିପି। ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ପଠାଯିବା କାର୍ଯ୍ୟକ୍ରମ, କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ସୁରକ୍ଷା ସରଞ୍ଜାମ ଓ ମାସ୍କ ଯୋଗାଣ, ରାଜ୍ୟର ବିଭିନ୍ନ ସ୍ଥାନରେ ଫୋର୍ସ ମୁତୟନ ପ୍ରସଙ୍ଗ, ପୋଲିସ କର୍ମଚାରୀଙ୍କ କଲ୍ୟାଣ ଓ ସେମାନଙ୍କ ପାଇଁ ପ୍ରତିଷେଧକ ବ୍ୟବସ୍ଥା ଉପରେ ଏହି ବୈଠକରେ ଆଲୋଚନା କରାଯାଇଛି। ବୈଠକରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର, ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇଜି ରେଖା ଲୋହାନି, ଯତୀନ୍ଦ୍ର କୋଏଲ, ଏଆଇଜି ବିବେକାନନ୍ଦ ଶର୍ମା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri