ଅମ୍ଫନ ବାତ୍ୟା ପ୍ରଭାବିତଙ୍କ ଭଲମନ୍ଦ ବୁଝିଲେ ନୁସରତ

କୋଲକାତା,୨୩।୫: ଗୋଟିଏ ପଟେ କରୋନା ଦେଶର ମେରୁଦଣ୍ଡ ଭାଙ୍ଗିବାକୁ ବସିଥିବା ବେଳେ ଅନ୍ୟପଟେ ମେ’ ୨୧ରେ ଆସିଥିବା ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗ ଓ ଓଡ଼ିଶାରେ ତାଣ୍ଡବ ରଚିଛି। ଏଥିରେ ଓଡ଼ିଶା ଅପେକ୍ଷା ପଶ୍ଚିମବଙ୍ଗରେ ଅଧିକ ପରିମାଣରେ ଧନଜୀବନ କ୍ଷୟକ୍ଷତି ହୋଇଛି। ପଶ୍ଚିମବଙ୍ଗରେ ଏବେ ବାତ୍ୟା ପରବର୍ତ୍ତି ରିଲିଫ୍‌ ଓ ଥଇଥାନ କାର୍ଯ୍ୟ ଜୋରସୋରରେ ଚାଲିଥିବା ବେଳେ ଟିଏମ୍‌ସି ଏମ୍‌ପି ତଥା ବଙ୍ଗଳା ଫିଲ୍ମର ନାମୀ ନାୟିକା ନୁସରତ ଜାହାନ ନିଜ ନିର୍ବାଚନ ମଣ୍ଡଳି ଗସ୍ତ କରିଥିବା ଦେଖାଯାଇଛି।

ଏହାର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଦେଖାଯାଇଛି। ଏହାସହ ନୁସରତ ନିଜେ ମଧ୍ୟ କିଛି ଫଟୋ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଅପ୍‌ଲୋଡ୍‌ କରିଛନ୍ତି। ଏହି ସମୟରେ ସେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାସ୍କ ଓ ଗ୍ଲୋବ୍ସ ପିନ୍ଧିବା ସହ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦେଉଥିବା ଦେଖାଯାଇଥିଲା। ଏହି ଫଟୋ ସହ ନୁସରତ ଲେଖିଛନ୍ତି କରୋନା ସଂକ୍ରମଣ ଓ ଅମ୍ଫନ ମାଡରେ ପଶ୍ଚିମବଙ୍ଗର ସ୍ଥିତି ବେହାଲ ହୋଇଛି। ଏହି ସମୟରେ ଆମକୁ ଧୈର୍ଯ୍ୟର ସହ କାମ କରିବାକୁ ପଡିବ। ମୁଁ ଆପଣମାନଙ୍କ ସହ ସବୁବେଳେ ରହିଛି ବୋଲି ସେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri