ଅମ୍ଫନ ମୁକାବିଲା: ଚାନ୍ଦବାଲି, ବାସୁଦେବପୁରରେ ହାଇଆଲର୍ଟ ଜାରି

ଭଦ୍ରକ ଅଫିସ, ୧୯।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଅମ୍ପନ’ ସହ ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି । ଏ ନେଇ ଭଦ୍ରକ ଜିଲା ଚାନ୍ଦବାଲି ଓ ବାସୁଦେବପୁର ବ୍ଲକରେ ହାଇଆଲର୍ଟ ଜାରି କରିଛନ୍ତି ଜିଲା ପ୍ରଶାସନ। ଏହି ସ୍ଥାନଗୁଡ଼ିକରେ ପବନର ବେଗ ଅଧିକ ରହିବାର ଆଶଙ୍କା କରାଯାଉଛି। ତେବେ ଏହି ସ୍ଥାନଗୁଡ଼ିକରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ସାମାଜିକ ଦୂରତାକୁ ଦୃଷ୍ଟିରେ ରଖି ପ୍ରାୟ ୧୦୪ ଆଶ୍ରୟସ୍ତଳୀ ମଧ୍ୟରୁ ୧୪ଟି ଆଶ୍ରୟସ୍ଥଳୀ ଏବଂ ୫୫୮ଟି ସ୍କୁଲରେ ଲୋକଙ୍କର ରହିବା ବ୍ୟବସ୍ଥା କରାଯାଉଛି। ହାଇଆଲର୍ଟ ଅଞ୍ଚଳଗୁଡ଼ିକରେ ଅଗ୍ନିଶମ ବିଭାଗ ତଥା ଏନ୍‌ଡିଆର୍‌ଏଫ୍‌ ଓ ଓଡ୍ରାଫ୍‌ ଟିମ୍‌ ପଠାଇ ଦିଆଯାଇଛି।
ସେହିପରି ଧାମରା ଏବଂ ଚାନ୍ଦବାଲିରେ ଗୋଟିଏ ଲେଖାଏଁ ଏନ୍‌ଡିଆର୍‌ଏଫ୍‌ ଟିମ ବାତ୍ୟାକାଳୀନ ଉଦ୍ଧାର ନିମନ୍ତେ ସଜାଗ ଥିବା ବେଳେ ବାସୁଦେବପୁରରେ ଗୋଟିଏ ଓଡ୍ରାଫ୍‌ ଟିମ୍‌ ପ୍ରସ୍ତୁତ ରହିଛି। ଏହା ବ୍ୟତୀତ ମହାବାତ୍ୟାର ମୁକାବିଲା ପାଇଁ ୧୭ଟି ଅଗ୍ନିଶମ ଟିମ୍‌ ପ୍ରସ୍ତୁତ ରହିଛି। ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକରେ ମାଇକ ଯୋଗେ ଲୋକମାନଙ୍କୁ ସଚେତନ କରାଯିବା ସହ ବାତ୍ୟା ଆଶ୍ରୟସ୍ଥଳୀକୁ ପଳାଇଯିବାକୁ କୁହାଯାଉଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମହାବାତ୍ୟା ‘ଅମ୍ପନ’ ଉତ୍ତର ଦିଗରେ ପଶ୍ଚିମବଙ୍ଗ ଆଡକୁ ମୁହାଁଉଛି। ଏହା ବର୍ତ୍ତମାନ ପାରାଦୀପଠାରୁ ୪୮୦ କିମି ଦୂରରେ ରହିଛି। ଏହାସହ ପଶ୍ଚିମବଙ୍ଗଠାରୁ ୬୩୦ କିଲୋମିଟର ଦୂରରେ ରହିଛି ମହାବାତ୍ୟା। ୨୦ ତାରିଖ ଅପରାହ୍ନରେ ଏହା ସୁନ୍ଦରବନରେ ଲ୍ୟାଣ୍ଡଫଲ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?