Posted inକଟକ

‘ଅମ୍ଫନ’ରେ ବେହାଲ କରିବ ନର୍ଦ୍ଦମା ପାଣି

କଟକ ଅଫିସ,୧୭ା୫-ବାତ୍ୟା ‘ଅମ୍ପନ୍‌’ ପ୍ରଭାବରେ ରାଜ୍ୟର ଯେଉଁ ସବୁ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି, ସେଥିରେ କଟକ ମଧ୍ୟ ସାମିଲ ରହିଛି। ଏହାକୁ ନଜରରେ ରଖି କଟକ ସହରକୁ ଜଳାର୍ଣ୍ଣବରୁ ରକ୍ଷା କରିବା ପାଇଁ ରାଜ୍ୟସଭା ସଦସ୍ୟ ସୁବାସ ସିଂ ପୂର୍ବରୁ ସିଏମ୍‌ସି କର୍ତ୍ତୃପକ୍ଷଙ୍କ ନିକଟରେ ଦାବି ରଖିଥିଲେ। କିନ୍ତୁ ବର୍ତ୍ତମାନ ଯାଏଁ କୌଣସି ପଦକ୍ଷେପ ନିଆଯାଇ ନାହିଁ ବୋଲି ଓଡ଼ିଶା ପ୍ରଗତି ମଞ୍ଚ ଅଭିଯୋଗ କରିଛି। କଟକର ପ୍ରତ୍ୟେକ ଗଳି କନ୍ଦିରେ ଜାଇକା ଦ୍ୱାରା ହେଇଥିବା ଅଧାପନ୍ତରିଆ କାର୍ଯ୍ୟ ପାଇଁ ସହର ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଞ୍ଚଳରେ ଥିବା ନାଳନର୍ଦ୍ଦମାରେ ବର୍ଷାଜଳ ଠିକ୍‌ରେ ପ୍ରବାହିତ ନ ହୋଇ ରାସ୍ତାରେ ଚାଲୁଛି। ଜନସାଧାରଣ ଯାତାୟାତରେ ଅସୁବିଧା ଭୋଗୁଛନ୍ତି। ଏଣୁ ସମସ୍ତ ନାଳ ନର୍ଦ୍ଦମାଦ୍‌ରୁ ଯୁଦ୍ଧକାଳୀନ ଭିତ୍ତିରେ ପଙ୍କ ଉଦ୍ଧାର କରିବା ପାଇଁ ଓଡିଶା ପ୍ରଗତି ମଞ୍ଚ ମହାନଗର ନିଗମ କମିଶନରଙ୍କ ନିକଟରେ ଦାବି ଜଣାଇଛି। ବର୍ଷାଦିନକୁ ଆଉ ଅଧିକ ସମୟ ନ ଥିବାରୁ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ମଞ୍ଚ ସଦସ୍ୟ ଇଂ ପ୍ରଭାତ ତ୍ରିପାଠୀ, ମହମ୍ମଦ ସଫିକ ୱାରସି, କେଦାରନାଥ ସ୍ବାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri