ଅମ୍ଫନ୍‌ କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଚାନ୍ଦବାଲି/ଭଦ୍ରକ ଅଫିସ, ୫ା୬(ଡି.ଏନ୍‌.ଏ.): ୪ଜଣିଆ କେନ୍ଦ୍ରୀୟ ଟିମ୍‌ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ଶ୍ରୀ ପ୍ରକାଶ, ସହକାରୀ କମିଶନର ଡ. ସୋମନାଥ ଅଗସିମଣି, କେନ୍ଦ୍ରୀୟ ମତ୍ସ୍ୟ ବିଭାଗର ସହକାରୀ କମିଶନର ଏସ୍‌.କେ. ରଥ, କେନ୍ଦ୍ରୀୟ ପରିବହନ ଓ ରାଜପଥ ସହକାରୀ କମିଶନର ବି. ଏନ୍‌ ସହାୟ ଶୁକ୍ରବାର ଭଦ୍ରକ ଗସ୍ତରେ ଆସି ଅମ୍ଫନ କ୍ଷୟକ୍ଷତି ଆକଳନ କରି ଫେରିଛନ୍ତି। ଧାମରା ପୋର୍ଟ ସମ୍ମିଳନୀ କକ୍ଷ ପରିସରରେ କେନ୍ଦ୍ରୀୟ ଟିମ୍‌ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ନେଇ ସମୀକ୍ଷା ବୈଠକ କରିଥିଲେ। ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସ ଜିଲାରେ ହୋଇଥିବା କ୍ଷୟକ୍ଷତି ଟିପ୍ପଣୀ ରଖିଥିଲେ। ଜିଲାରେ ମୋଟ ୬୪ କୋଟି ୨୨ ଲକ୍ଷ ୯୬ ହଜାର ଟଙ୍କା କ୍ଷୟକ୍ଷତି ହୋଇଥିବା ଟିମ୍‌କୁ ସୂଚନା ଦିଆଯାଇଥିଲା। ଏହାପରେ ଟିମ୍‌ ଚାନ୍ଦବାଲି ବ୍ଲକର ଧାମରା ସନ୍ନିକଟ ଦୋସିଙ୍ଗା, କାଳୀନାଳୀ, ଚନ୍ଦନୀପାଳ, କଇଥଖୋଲା, ଜୟଦୁର୍ଗାପାଟଣା, ଜାଗୁଳା ପଞ୍ଚାୟତର ନଦୀକୂଳିଆ ଗାଁଗୁଡ଼ିକ ବୁଲି ଅମ୍ଫନ୍‌ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ବୁଲି ଦେଖିଥିଲେ। ସମୀକ୍ଷା ବୈଠକରେ ଜିଲାପାଳ ଡ. ଦାସ, ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର, ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସଙ୍କ ସମେତ ଜିଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଏକ ଦେଶ ଯେଉଁଠି ଲୋକଙ୍କୁ ଦେବାକୁ ପଡେ ନାହିଁ ଇନକମ ଟ୍ୟାକ୍ସ, ଏସବୁ ମିଳେ ମାଗଣାରେ

ବନ୍ଦର ସେରି ବେଗାୱାନ,୮।୧୨: COVID-19 ମହାମାରୀ ପ୍ରାୟ ପ୍ରତ୍ୟେକ ଦେଶର ଅର୍ଥନୀତିକୁ ଏକ ଗମ୍ଭୀର ଆଘାତ ଦେଇଥିଲା। ଅନେକ ଦେଶରେ ସରକାର ଖର୍ଚ୍ଚ ବୃଦ୍ଧି କରିବାକୁ,...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଗୌତମ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର କଥା କହିଦେଲେ ରବି ଶାସ୍ତ୍ରୀ: ପରାଜୟ ପାଇଁ କେବଳ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ଆଜିକାଲି ସମାଲୋଚନାର ଶିକାର ହେଉଛନ୍ତି। ଗତବର୍ଷ ଜୁଲାଇରେ କୋଚ ହେବା ପରେ ସେ ଦଳକୁ ଚାମ୍ପିଅନ୍ସ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri