ଅମ୍ଫନ୍‌ କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଚାନ୍ଦବାଲି/ଭଦ୍ରକ ଅଫିସ, ୫ା୬(ଡି.ଏନ୍‌.ଏ.): ୪ଜଣିଆ କେନ୍ଦ୍ରୀୟ ଟିମ୍‌ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ଶ୍ରୀ ପ୍ରକାଶ, ସହକାରୀ କମିଶନର ଡ. ସୋମନାଥ ଅଗସିମଣି, କେନ୍ଦ୍ରୀୟ ମତ୍ସ୍ୟ ବିଭାଗର ସହକାରୀ କମିଶନର ଏସ୍‌.କେ. ରଥ, କେନ୍ଦ୍ରୀୟ ପରିବହନ ଓ ରାଜପଥ ସହକାରୀ କମିଶନର ବି. ଏନ୍‌ ସହାୟ ଶୁକ୍ରବାର ଭଦ୍ରକ ଗସ୍ତରେ ଆସି ଅମ୍ଫନ କ୍ଷୟକ୍ଷତି ଆକଳନ କରି ଫେରିଛନ୍ତି। ଧାମରା ପୋର୍ଟ ସମ୍ମିଳନୀ କକ୍ଷ ପରିସରରେ କେନ୍ଦ୍ରୀୟ ଟିମ୍‌ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ନେଇ ସମୀକ୍ଷା ବୈଠକ କରିଥିଲେ। ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସ ଜିଲାରେ ହୋଇଥିବା କ୍ଷୟକ୍ଷତି ଟିପ୍ପଣୀ ରଖିଥିଲେ। ଜିଲାରେ ମୋଟ ୬୪ କୋଟି ୨୨ ଲକ୍ଷ ୯୬ ହଜାର ଟଙ୍କା କ୍ଷୟକ୍ଷତି ହୋଇଥିବା ଟିମ୍‌କୁ ସୂଚନା ଦିଆଯାଇଥିଲା। ଏହାପରେ ଟିମ୍‌ ଚାନ୍ଦବାଲି ବ୍ଲକର ଧାମରା ସନ୍ନିକଟ ଦୋସିଙ୍ଗା, କାଳୀନାଳୀ, ଚନ୍ଦନୀପାଳ, କଇଥଖୋଲା, ଜୟଦୁର୍ଗାପାଟଣା, ଜାଗୁଳା ପଞ୍ଚାୟତର ନଦୀକୂଳିଆ ଗାଁଗୁଡ଼ିକ ବୁଲି ଅମ୍ଫନ୍‌ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ବୁଲି ଦେଖିଥିଲେ। ସମୀକ୍ଷା ବୈଠକରେ ଜିଲାପାଳ ଡ. ଦାସ, ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର, ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସଙ୍କ ସମେତ ଜିଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?