ଅମ୍ଫନ୍‌ର ପ୍ରଭାବ: ୨୪ ଘଣ୍ଟା ଧରି ବନ୍ଦ ରହିଛି ବିଦ୍ୟୁତ୍‌ ସରବରାହ

ଚିତ୍ରଡ଼ା,୨୧ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ବାତ୍ୟା ଅମ୍ପନ୍‌ର ପ୍ରଭାବ ବୁଧବାର ଦେଖିବାକୁ ମିଳିଥିଲା। ଫଳରେ ବିଭିନ୍ନ ଘର କ୍ଷତିଗ୍ରସ୍ତ ହେବା ସହ ଗଛ ଏବଂ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡ଼ିଛି। ଏଥିନେଇ ବିଦ୍ୟୁତ୍‌ ସେବା ବୁଧବାରଠାରୁ ଗୁରୁବାର ଅପରାହ୍ନ ପର୍ଯ୍ୟନ୍ତ ସ୍ବାଭାବିକ ହୋଇନାହିଁ। ମୋରଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତର ଲୋକମାନଙ୍କ ଘର ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ଚିତ୍ରଡ଼ା ପଞ୍ଚାୟତର ପ୍ରସାଦ ବେହେରା, କୁଞ୍ଜଳତା ବଡ଼ମାଝି, ମୋରଡ଼ା ପଞ୍ଚାୟତର ଝରଣା ବେହେରାଙ୍କ ଘର ସମ୍ପୂର୍ଣ୍ଣ ରୂପେ ଭାଙ୍ଗିଯାଇଛି। ସେହିପରି ଚିତ୍ରଡ଼ା ପଞ୍ଚାୟତର ମିହିର କବାଟ, ସରସ୍ବତୀ ମାର୍ଣ୍ଡି, ପରେଶ ଚନ୍ଦ୍ର ରଣା, ମୋରଡା ପଞ୍ଚାୟତର ସନ୍ତୋଷ ମହାପାତ୍ର, ପଇଁତା ମହାକୁଡ଼, ଯୋଗେଶ୍ୱର ଦେହୁରୀ, ସୁଶାନ୍ତ ଦେହୁରୀ, ପୋଲସମୁଣ୍ଡୁଲି ପଞ୍ଚାୟତର ଟିକ ସିଂ ଏବଂ ଚିକଟାମାଟିଆ ପଞ୍ଚାୟତର ଛତିଶ୍ଚନ୍ଦ୍ର ମହାନ୍ତ, କାର୍ତ୍ତିକ ଚନ୍ଦ୍ର ମହାନ୍ତ ଏବଂ ପ୍ରଭାକର ମହାନ୍ତଙ୍କ ଘର ଆଂଶିକ କ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଚିତ୍ରଡ଼ା ରାଜସ୍ବ ନିରୀକ୍ଷକ ଗାଁକୁ ଯାଇ କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ୍‌ ପ୍ରଦାନ କରିଛନ୍ତି। ଅମ୍ଫନ୍‌ ପ୍ରଭାବରେ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତଙ୍କୁ ପ୍ରଶାସନ ଯଥାଶୀଘ୍ର ଘର ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

ମଣିଷ-ହାତୀ ସଂଘର୍ଷ ପ୍ରଶମନକୁ ସୁଦୃଢ଼ କରିବା ପାଇଁ ପ୍ରୟାସ

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ କେନ୍ଦୁଝରର ଡିଏଫ୍‌ଓ ଧନରାଜ ଏଚ୍‌ଡିଙ୍କ ଅଧ୍ୟକ୍ଷତାରେ ମଣିଷ-ହାତୀ ସଂଘର୍ଷ ପ୍ରଶମନ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri