ଅଯୋଗ୍ୟଙ୍କ ସଂଖ୍ୟା ୨୦ ଲକ୍ଷ ଟପିବ: ଭାଜପା

ଭୁବନେଶ୍ୱର,୨୦-୯(ବ୍ୟୁରୋ):ଶାସକ ବିଜେଡି ନିର୍ବାଚନ ଜିତିବା ଓ କ୍ଷମତା ଆପଣେଇବା ପାଇଁ କାଳିଆ ଯୋଜନା ଲାଗୁ କରିଥିଲା ା ଦଳୀୟ କର୍ମୀମାନଙ୍କୁ ହିତାଧିକାରୀ ଚିହ୍ନଟ କରି ଏହି ଯୋଜନା ମାଧ୍ୟମରେ ଟଙ୍କା ବଣ୍ଟାଯାଇଥିଲା ା ଆଉ ଏବେ ନିର୍ବାଚନ ସରିବା ପରେ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ କରି ଅର୍ଥ ଫେରାଇବା କହି ଚାଷୀଙ୍କ ମନରେ ଭୟର ବାତାବରଣ ସୃଷ୍ଟି କରିବାକୁ ଶାସକ ଦଳ ପ୍ରୟାସ କରୁଛି ବୋଲି ଭାଜପା ଅଭିଯୋଗ କରିଛି। ଏହାସହ କାଳିଆ ଯୋଜନାରେ ୨୦ ଲକ୍ଷରୁ ଅଧିକ ଅଯୋଗ୍ୟ ଟଙ୍କା ହାତେଇଛନ୍ତି। ଯଦି ଏହାର ନିରପେକ୍ଷ ତଦନ୍ତ ନ ହୁଏ ତେବେ ଭାଜପା କୋର୍ଟର ଆଶ୍ରୟ ନେବ ବୋଲି ଭାଜପା ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ଚେତାବନୀ ଦେଇଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୃଥ୍ବୀରାଜ କହିଛନ୍ତି ଯେ ଅଯୋଗ୍ୟ ହିତାଧିକାରୀଙ୍କୁ ରାଶନକାର୍ଡ ବଣ୍ଟନ କରି ପରେ ସେମାନଙ୍କୁ ଜେଲ୍‌ ପଠାଇବା ଭଳି ଏବେ କାଳିଆ ଯୋଜନାରେ ଉଦ୍ୟମ କରାଯାଉଛି ା ଯୋଗ୍ୟ ଚାଷୀ ପରିବାର ଆଶଙ୍କା ଭିତରେ ରହିଛନ୍ତି ଯେ କାଳେ ତାଙ୍କୁ ଅଯୋଗ୍ୟ ଘୋଷଣା କରି ଅର୍ଥ ଆଦାୟ କରାଯିବ ନଚେତ୍‌ ଜେଲ୍‌ ପଠାଯିବ ା ଖୋଦ୍‌ ବିଭାଗୀୟ ମନ୍ତ୍ରୀ ଏହି ଯୋଜନାରେ ଦୁର୍ନୀତି ହୋଇଛି ବୋଲି ସ୍ବୀକାର କରିବା ପରେ ଦଳର ମୁଖପାତ୍ର ଏହାକୁ ନେଇ ଭିନ୍ନ ମତ ରଖି ରାଜ୍ୟବାସୀଙ୍କୁ ବିଭ୍ରାନ୍ତ କରୁଛନ୍ତି। ଏହି ଯୋଜନାରେ ହୋଇଥିବା ମହାଦୁର୍ନୀତିର ପର୍ଦ୍ଦାଫାଶ ହେବା ଦରକାର ା ହିତାଧିକାରୀ ତାଲିକାର ତଦନ୍ତ ଏକ ନିରପେକ୍ଷ ଯାଞ୍ଚ ଏଜେନ୍ସି ଦ୍ୱାରା କରାଯିବା ଆବଶ୍ୟକ। ଏହାସହ ନିଜ କ୍ଷମତାକୁ ଅପବ୍ୟବହାର କରି ଅଯୋଗ୍ୟ ହିତାଧିକାରୀଙ୍କୁ ଏହି ଯୋଜନାରେ ସାମିଲ କରି ରାଜ୍ୟ ରାଜକୋଷରୁ ୧୭୦ କୋଟି ଟଙ୍କା ଅପବ୍ୟୟ କରିଥିବା ବିଭାଗୀୟ ମନ୍ତ୍ରୀ ଓ ସରକାରୀ ଅଫିସରମାନଙ୍କ ସମେତ ମୁଖ୍ୟମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କ ଆକାଉଣ୍ଟରୁ ଅର୍ଥ ଆଦାୟ କରାଯାଉ। କୃଷିମନ୍ତ୍ରୀ ଅରୁଣ ସାହୁ କହିଥିଲେ, ”କାଳିଆ ଯୋଜନାରେ ୩ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ ଟଙ୍କା ପାଇଛନ୍ତି। ସରକାର ସେମାନଙ୍କଠାରୁ ପଇସା ଫେରାଇବେ।“ ହେଲେ ଗତକାଲି କୃଷି ବିଭାଗ ଏକ ବିଜ୍ଞପ୍ତି ପ୍ରକାଶ କରି କହିଲା ୩୨ ହଜାର ଅଯୋଗ୍ୟ ଅଛନ୍ତି। ନିର୍ବାଚନ ପୂର୍ବରୁ ଭୋଟ ହାତେଇବା ପାଇଁ କଣ୍ଟିଜେନ୍ସି ଫଣ୍ଡରୁ ଅର୍ଥ ଆଣି ବଣ୍ଟାଯାଇଥିଲା ା ନିରପେକ୍ଷ ତଦନ୍ତ ହେଲେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଅଯୋଗ୍ୟ ହିତାଧିକାରୀ ବାହାରିବେ ବୋଲି ପୃଥ୍ବୀରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri