ମୁମ୍ବାଇ,୧୮।୧୧: ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଅଯୋଧ୍ୟା ଗସ୍ତ କରିବେ ନାହିଁ ବୋଲି ଜଣାପଡିଛି। ତେବେ ସୁରକ୍ଷା ଦୃଷ୍ଟିରୁ ସେ ଅଯୋଧ୍ୟା ଗସ୍ତ କରିବେ ନାହିଁ ବୋଲି ସୂଚନା ମିଳଛି। ଆହୁରି ମଧ୍ୟ ମହରାଷ୍ଟ୍ରରେ ସରକାର ଗଠନକୁ ନେଇ ବିଳମ୍ବ ହେଉଥିବାରୁ ଉଦ୍ଧବ ତାଙ୍କ ଅଯୋଧ୍ୟା ଗସ୍ତକୁ ବାତିଲ କରିଥିବା କୁହାଯାଉଛି। ତେବେ ଆସନ୍ତା ୨୪ରେ ସେ ଅଯୋଧ୍ୟା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟ ଦେଇଥିବା ରାୟ ପରେ ଉଦ୍ଧବ ଠାକରେ ଏହାର ପ୍ରଶଂସା କରିବା ସହ ସେଠାକୁ ଗସ୍ତ କରିବାକୁ କହିଥିଲେ। ହେଲେ ଏବେ ଏହାକୁ ବାତିଲ କରାଯାଇଛି। ସୂଚନାଯୋଗ୍ୟ, ଦୀର୍ଘ ଦଶନ୍ଧି ଧରି ଅଯୋଧ୍ୟା ମାମଲାକୁ ନେଇ ଶେଷରେ ସୁପ୍ରିମକୋର୍ଟ ସେଠାରେ ରାମ ମନ୍ଦିର ନିର୍ମାଣକୁ ଅନୁମତି ପ୍ରଦାନ କରିବା ସହ ବାବରି ମସଜିଦ ପାଇଁ ମଧ୍ୟ ଅଯୋଧ୍ୟାରେ ୫ ଏକର ଜମି ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏହି ରାୟକୁ ନେଇ ଏବେ ଅଲ୍ ଇଣ୍ଡିଆ ମୁସଲିମ ଲ ବୋର୍ଡ(ଏଆଇଏମ୍ପିଏଲ୍ବି)ପୁଣି ଥରେ କୋର୍ଟର ଦ୍ୱାରସ୍ଥ ହେବ ବୋଲି କହିଛି। ତେଣୁ ଅଯୋଧ୍ୟା ମାମଲାକୁ ନେଇ ଏବେବି ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ଥିବାରୁ ଉଦ୍ଧବ ତାଙ୍କ ଅଯୋଧ୍ୟା ଗସ୍ତକୁ ବାତିଲ କରିଛନ୍ତି।
କାର-ବାଇକ୍ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ରେ ଥିବା…
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…
ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…
ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?
ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
Archives

