Posted inଜାତୀୟ

ଅଯୋଧ୍ୟା ରାୟ ପୂର୍ବରୁ ଶାନ୍ତ ରହିବାକୁ ଧର୍ମୀୟ ନେତାଙ୍କ ଆହ୍ବାନ

ଲକ୍ଷ୍ନୌ,୨ା୧୧: ଅଯୋଧ୍ୟା ଜମି ବିବାଦ ମାମଲା ରାୟ ଖୁବ୍‌ଶୀଘ୍ର ପ୍ରକାଶ ପାଇବାକୁ ଥିବାବେଳେ ଏହା ପୂର୍ବରୁ ଜନସାଧାରଣଙ୍କୁ ଶାନ୍ତ ରହିବା ପାଇଁ ବିଭିନ୍ନ ହିନ୍ଦୁ ଓ ମୁସଲମାନ ସଂଗଠନ ଏବଂ ଧର୍ମୀୟ ନେତାମାନେ ଆହ୍ବାନ ଦେଇଛନ୍ତି। ସାମ୍ପ୍ରଦାୟିକ ସଦ୍‌ଭାବନା ବଜାୟ ରଖିବା ଲାଗି ଶୁକ୍ରବାର ନମାଜ ପାଠ ପୂର୍ବରୁ ଉତ୍ତରପ୍ରଦେଶର ମୁସଲମାନ ମୌଲବୀମାନେ ଅନୁରୋଧ କରିଛନ୍ତି। ସମ୍ବିଧାନ ଓ ବିଚାର ବ୍ୟବସ୍ଥା ଉପରେ ବିଶ୍ୱାସ ରଖି ସାମ୍ପ୍ରଦାୟିକ ସଦ୍‌ଭାବନା ବଜାୟ ରଖିବା ଲାଗି ଇମାମ୍‌ମାନେ ଲୋକଙ୍କୁ ପରାମର୍ଶ ଦେବା ଉଚିତ ବୋଲି ଅଖିଳ ଭାରତୀୟ ମୁସଲମାନ ପର୍ସନାଲ ଲ’ ବୋର୍ଡ ସଦସ୍ୟ ମୌଲାନା ଖଲିଦ ରଶିଦ ଫିରଙ୍ଗୀ ମହାଲି କହିଛନ୍ତି। ୧୭ରେ ସିଜେଆଇ ରଞ୍ଜନ ଗୋଗୋଇଙ୍କ ଅବସର ପୂର୍ବରୁ ଅଯୋଧ୍ୟା ରାୟ ପ୍ରକାଶ ପାଇବା ଆଶା କରାଯାଉଛି। ଏହି ସମ୍ବେଦନଶୀଳ ମାମଲା ରାୟ ଉପରେ ସାରା ବିଶ୍ୱର ନଜର ରହିଛି। ତେଣୁ କୋର୍ଟ ରାୟକୁ ସମ୍ମାନ ଦେବା ସହ ଶାନ୍ତି ବଜାୟ ରଖିବା ପ୍ରତ୍ୟେକ ନାଗରିକଙ୍କ ଦାୟିତ୍ୱ ବୋଲି ମୌଲାନା ଖଲିଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri