ଅଯୋଧ୍ୟା ରାୟ ପୂର୍ବରୁ ୟୁପିକୁ ସତର୍କ କରାଇଲା କେନ୍ଦ୍ର

ନୂଆଦିଲ୍ଲୀ,୭ା୧୧(ଆଇଏଏନ୍‌ଏସ୍‌): ଆସନ୍ତା ସପ୍ତାହରେ ବହୁପ୍ରତୀକ୍ଷିତ ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ପ୍ରକାଶ ପାଇବା ଆଶା କରାଯାଉଥିଲାବେଳେ ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସତର୍କ କରିଦିଆଯାଇଛି। ଅଯୋଧ୍ୟାର ସୁରକ୍ଷା ବ୍ୟବସ୍ଥା ସୁନିଶ୍ଚିତ କରିବା ଲାଗି କେନ୍ଦ୍ର ସରକାର କହିଛନ୍ତି। ସପ୍ରିମକୋର୍ଟଙ୍କ ରାୟ ପରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟିହେବା ଆଶଙ୍କାରେ ଅଯୋଧ୍ୟା ଏକପ୍ରକାର ସେନା ଛାଉଣୀରେ ପରିଣତ ହୋଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କା ଥିବା ଗୋଇନ୍ଦା ସୂଚନା ମିଳିବା ପରେ ଗତ ସପ୍ତାହରେ ସ୍ବରାଷ୍ଟ୍ର ସଚିବ ଅଜୟ କୁମାର ଭାଲା ସର୍ବାଧିକ ପୋଲିସ ବଳ ମୁତୟନ ଲାଗି ନିର୍ଦ୍ଦେଶ ଦେଇଥିଲେ। ଗୁଜବ ରୋକିବା ଲାଗି ସୋସିଆଲ ମିଡିଆ ଉପରେ କଟକଣା ଲଗାଇବା ସହିତ ରାଜ୍ୟର ଅନ୍ୟ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକ ଉପରେ ମଧ୍ୟ କଡ଼ା ନଜର ରଖିବାକୁ କୁହାଯାଇଛି।
ଗୋଇନ୍ଦା ସୂଚନା ଅନୁଯାୟୀ ନେପାଳ ସୀମା ଦେଇ ଉତ୍ତରପ୍ରଦେଶରେ ୬ରୁ ଊର୍ଦ୍ଧ୍ୱ ଆତଙ୍କବାଦୀ ପ୍ରବେଶ କରିଛନ୍ତି। ଲଶ୍କର-ଇ-ତୋଇବା ଏବଂ ହିଜବୁଲ୍‌ ମୁଜାହିଦ୍ଦିନର ପାକିସ୍ତାନୀ ପରିଚାଳକଙ୍କ ନିର୍ଦ୍ଦେଶରେ ସେମାନେ ଆତଙ୍କ ସୃଷ୍ଟି ଲାଗି ଉଦ୍ୟମ କରିପାରନ୍ତି। ସେମାନେ ହିନ୍ଦୁ ଛଦ୍ମବେଶରେ ଅଯୋଧ୍ୟା କିମ୍ବା ଏହାର ଆଖପାଖ ସହରରେ ଆତ୍ମଗୋପନ କରିଥାଇପାରନ୍ତି ବୋଲି ଗୋଇନ୍ଦା ବିଭାଗ ଆଶଙ୍କା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri