Posted inଜାତୀୟ

ଅଯୋଧ୍ୟାର ଶହନଓ୍ବାଁ ଗାଁରେ ମସଜିଦ୍‌ ନିର୍ମାଣ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୧: ସୁନ୍ନୀ ଓ୍ବାକଫ୍‌ ବୋର୍ଡକୁ ମସଜିଦ୍‌ ନିର୍ମାଣ ପାଇଁ ଅଯୋଧ୍ୟାରେ ୫ ଏକର ଜମି ଯୋଗାଇ ଦେବାକୁ ସୁପ୍ରିମ୍‌କୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ଜମି ୧୪ କୋସୀ ପରିକ୍ରମା କ୍ଷେତ୍ର ବାହାରେ ଶହନଓ୍ବାଁ ଗାଁରେ ଦେବାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସେହାଓ୍ବଲ ବିକାପୁର ଏବଂ ସଦର ତହସିଲ୍‌ ଅଞ୍ଚଳରେ ମଧ୍ୟ ମସଜିଦ୍‌ ନିର୍ମାଣ ପାଇଁ ଜମି ଯୋଗାଡ଼ରେ ରାଜସ୍ବ ବିଭାଗ ପକ୍ଷରୁ ଉଦ୍ୟମ ହେଇଛି। ଶହନଓ୍ବାଁ ଗାଁରେ ମସଜିଦ୍‌ ନିର୍ମାଣ ଲାଗି ଜମି ଦେବାକୁ ୧୯୯୦-୯୧ରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ବିଶ୍ୱନାଥ ପ୍ରତାପ ସିଂଙ୍କ କାର୍ଯ୍ୟକାଳ ସମୟରେ ହୋଇଥିବା ହିନ୍ଦୁ-ମୁସଲମାନ୍‌ ଆଲୋଚନାରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା। ଏହି ଗାଁରେ ବାବରୀ ମସଜିଦ୍‌ ନିର୍ମାଣ କରିଥିବା ମୀର୍‌ ବାକିଙ୍କ କବର ରହିଥିବା କୁହାଯାଉଛି। ବାବରୀ ମସଜିଦ୍‌ର ରକ୍ଷାଣବେକ୍ଷଣ ଦାୟିତ୍ୱ ଏହି ଗାଁର ଶିହା ମୁସଲମାନ୍‌ ସମ୍ପ୍ରଦାୟର ରଜ୍ଜବ ଅଲ୍ଲୀ ଏବଂ ତାଙ୍କ ପୁଅ ମହମ୍ମଦ ଅସଗରଙ୍କୁ ପ୍ରଦାନ କରାଯାଇଥିଲା। ସେଥିଲାଗି ବ୍ରିଟିଶ୍‌ ସରକାରଙ୍କ ପକ୍ଷରୁ ୩୦୨ ଟଙ୍କା ୬ ଅଣା ଦିଆ ଯାଉଥିଲା। ସୁନ୍ନୀ ଓ୍ବାକଫ୍‌ ବୋର୍ଡ ପକ୍ଷରୁ ଏ ସମ୍ପର୍କରେ ସୁପ୍ରିମ୍‌କୋର୍ଟରେ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri