Posted inଖେଳ

ଅରୁଣ ଜେଟ୍‌ଲିଙ୍କ ନାମରେ ନାମିତ ହେବ କୋଟ୍‌ଲା ଷ୍ଟାଡିୟମ

ନୂଆଦିଲ୍ଲୀ, ୨୭ା୮ (ପି.ଟି.)-ସ୍ଥାନୀୟ ଫିରୋଜ ଶାହ କୋଟ୍‌ଲା ଷ୍ଟାଡିୟମର ନାମ ଅରୁଣ ଜେଟ୍‌ଲୀ ଷ୍ଟାଡିୟମ ନାମରେ ନାମିତ ହେବ। ଦିଲ୍ଲୀ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ମଙ୍ଗଳବାର ଏସଂକ୍ରାନ୍ତରେ ନିଷ୍ପତ୍ତି ନେଇଛି। ଶନିବାର ପରଲୋକ ଗମନ କରିଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ଡିଡିସିଏ ସଭାପତି ଅରୁଣ ଜେଟଲୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏହା କରାଯିବ। ନାମକରଣ ଉତ୍ସବ ସେପ୍ଟେମ୍ବର ୧୨ ତାରିଖରେ ହେବ। ସୂଚନାଯୋଗ୍ୟ, ଏହା ପୂର୍ବରୁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କୋଟ୍‌ଲାର ଏକ ଷ୍ଟାଣ୍ଡ ଜେଟଲୀଙ୍କ ନାମରେ କରଯିବ ବୋଲି ଘୋଷଣା କରିଥିଲେ। ଡିଡିସିଏ ସଭପତି ରଜତ ଶର୍ମା କହିଛନ୍ତି, ଅରୁଣ ଜେଟଲୀଙ୍କ ସହାୟତା ଏବଂ ଉତ୍ସାହ ସହାୟତାରେ ବିରାଟ କୋହଲି, ବୀରେନ୍ଦ୍ର ସେହ୍ବାଗ, ଗୌତମ ଗମ୍ଭୀର, ଆଶିଷ ନେହେରା, ରିଷଭ ପନ୍ତ ସମେତ ଅନେକ ଭଲ ଖେଳାଳି ସୃଷ୍ଟି ହୋଇଛନ୍ତି ଯେଉଁମାନେ ଭାରତକୁ ଗର୍ବିତ କରାଇଛନ୍ତି। ଜେଟଲୀଙ୍କର ଡିଡିସିଏରେ କାର୍ଯ୍ୟକାଳ ସମୟରେ ଷ୍ଟାଡିୟମର ଆଧୁନିକୀ କରଣ ହୋଇଥିଲା। ଆସନ ସଂଖ୍ୟା ବୃଦ୍ଧି ସହ ବିଶ୍ୱ ଶ୍ରେଣୀର ଡ୍ରେସିଂ ରୁମ୍‌ କରାଯାଇଥିଲା। ନାମକରଣ ଉତ୍ସବ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଏବଂ କ୍ରୀଡ଼ା ମନ୍ତ୍ରୀ କିରନ ରିଜିଜୁ ଉପସ୍ଥିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri