Posted inଖେଳ

ଅର୍ଜୁନ ପୁରସ୍କାର: ବୁମ୍‌ରା ମୁଖ୍ୟ ଦାବିଦାର

ନୂଆଦିଲ୍ଲୀ, ୧୪ା୫ (ପି.ଟି.)-ଚଳିତ ବର୍ଷରୁ ଅର୍ଜୁନ ପୁରସ୍କାର ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଜାତୀୟ ଦଳର ପ୍ରମୁଖ ପେସ୍‌ ବୋଲର ଯଶପ୍ରୀତ୍‌ ବୁମ୍‌ରାଙ୍କ ନାମ ସୁପାରିସ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ଗୁଜରାଟର ଏହି କ୍ରିକେଟର ୪ବର୍ଷ ହେଲା ଜବରଦସ୍ତ ପ୍ରଦର୍ଶନ କରି ଆସୁଥିବାରୁ ତାଙ୍କୁ ସବୁଠାରୁ ଯୋଗ୍ୟ ପ୍ରାର୍ଥୀ ବିବେଚନା କରାଯାଉଛି। ବିସିସିଆଇ ଯଦି ପୁରୁଷ ବିଭାଗରେ ଏକାଧିକ ନାମ ସୁପାରିସ କରେ ତେବେ ଓପନର ଶିଖର ଧାଓ୍ବନଙ୍କୁ ପ୍ରାର୍ଥୀ କରିପାରେ। ବୋର୍ଡ ୨୦୧୮ରେ ଧାଓ୍ବନଙ୍କ ନାମ ପଠାଇଥିଲା, ମାତ୍ର ସେ ପୁରସ୍କାର ପାଇଁ ବିବେଚିତ ହୋଇପାରି ନ ଥିଲେ। ଗତବର୍ଷ ଆମେ ପୁରୁଷ ବିଭାଗରେ ବୁମ୍‌ରା, ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ଶାମିଙ୍କ ନାମ ସୁପାରିସ କରିଥିଲୁ। ପୁରସ୍କାର ପାଇଁ ଉଚ୍ଚସ୍ତରରେ ୩ ବର୍ଷର ପ୍ରଦର୍ଶନକୁ ମାନଦଣ୍ଡ କରାଯାଇଥିବାରୁ ବୁମ୍‌ରାଙ୍କ ନାମ କାଟ୍‌ ଖାଇଯାଇଥିଲା। କାରଣ ସେତେବେଳେକୁ ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କର ମାତ୍ର ୨ ବର୍ଷ ପୂରଣ ହୋଇଥିଲା। ଜାଡେଜା ତାଙ୍କଠାରୁ ସିନିୟର ରହିଥିବାବେଳେ ବହୁ ବର୍ଷ ହେଲା ସ୍ଥିର ପ୍ରଦର୍ଶନ କରି ଆସୁଥିବାରୁ ତାଙ୍କୁ ଅର୍ଜୁନ ପୁରସ୍କାର ମିଳିଥିଲା। ୨୬ ବର୍ଷୀୟ ବୁମ୍‌ରା ୧୪ଟି ଟେଷ୍ଟ ମ୍ୟାଚରେ ୬୮ ଉଇକେଟ ଅକ୍ତିଆର କରିଥିବାବେଳେ ୬୪ ଅନ୍ତର୍ଜାତୀୟ ଦିନିକିଆରୁ ୧୦୪ ଉଇକେଟ ଏବଂ ୫୦ ଅନ୍ତର୍ଜାତୀୟ ଟି୨୦ରୁ ୫୯ ଉଇକେଟ ହାସଲ କରିସାରିଛନ୍ତି। ସେ ଏକଦା ଆଇସିସିର ନମ୍ବର ଓ୍ବାନ ଅନ୍ତର୍ଜାତୀୟ ଦିନିକିଆ ବୋଲର ବିବେଚିତ ହୋଇଥିଲେ। ଏସିଆର ଏକମାତ୍ର ବୋଲର ଭାବେ ଦକ୍ଷିଣ ଆଫ୍ରିକା, ଇଂଲଣ୍ଡ, ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜରେ ୫ ଉଇକେଟ ସଫଳତା ହାସଲ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri