Posted inଖେଳ

ଅର୍ଜୁନ ମୁଣ୍ଡା ଆର୍ଚେରୀ ଆସୋସିଏଶନ ସଭାପତି

ନୂଆଦିଲ୍ଲୀ, ୧୮ା୧ (ପି.ଟି.)-କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଶନିବାର ଆର୍ଚେରୀ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୩ଜଣ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ନିର୍ବାଚନ ଶୃଙ୍ଖଳାର ସହିତ ସମ୍ପନ୍ନ ହୋଇଛି। ପୂର୍ବତନ ଏଏଆଇ ସଭାପତି ବିଜୟ କୁମାର ମାଲହୋତ୍ରାଙ୍କ ସମର୍ଥନ ପାଇଁ ମୁଣ୍ଡା ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ବିଭିପି ରାଓଙ୍କୁ ୩୪-୧୮ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ। ମୁଣ୍ଡାଙ୍କ ପ୍ୟାନେଲର ସମସ୍ତ ପ୍ରାର୍ଥୀ ସଂଖ୍ୟାଧିକ ଭୋଟ ପାଇ ବିଜୟ ଲାଭ କରିଛନ୍ତି। ନିର୍ବାଚିତ କର୍ମକର୍ତ୍ତାଙ୍କ କାର୍ଯ୍ୟକାଳ ୪ବର୍ଷ ରହିବ। ସିନିୟର ଉପ ସଭାପତି ପାଇଁ ହୋଇଥିବା ନିର୍ବାଚନରେ ମହାରାଷ୍ଟ୍ରର
ପ୍ରମୋଦ ଚାନ୍ଦୁରକୀ ୩୧-୨୧ ଭୋଟ୍‌ରେ ଚଣ୍ଡୀଗଡ଼ର ମହା ସିଂଙ୍କୁ ପରାସ୍ତ କରିଥିବାବେଳେ ଅଭିମନ୍ୟୁ ଶର୍ମା (ହରିୟାଣା) ଜି.ଏ. ଇବୋପିଶାକ୍‌ ଶର୍ମା (ମଣିପୁର)ଙ୍କ ବିପକ୍ଷରେ ୩୨-୨୦ ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛନ୍ତି। କୋଷାଧ୍ୟକ୍ଷ ପଦବୀ ପାଇଁ ହୋଇଥିବା ନିର୍ବାଚନରେ ଉତ୍ତରାଞ୍ଚଳର ରାଜେନ୍ଦର ସିଂ ତୋମାର ୩୪-୧୮ ଭୋଟ ବ୍ୟବଧାନରେ ଓଡ଼ିଶାର ସମୀକ୍ଷା ନନ୍ଦ ଦାସଙ୍କୁ ହରାଇ ଦେଇଛନ୍ତି। ଦେଶର ୩୧ଟି ରାଜ୍ୟ ଏଏଆଇର ସଦସ୍ୟ ଅଛନ୍ତି। କିନ୍ତୁ ୨୬ଟି ରାଜ୍ୟ ଭୋଟ୍‌ରେ ଭାଗ ନେଇଥିଲେ। ଉତ୍ତର ପ୍ରଦେଶ, ବିହାର, ହିମାଚଳ ପ୍ରଦେଶ, ପଞ୍ଜାବ ଏବଂ ଜମ୍ମୁ ଓ କଶ୍ମୀର ଇଲେକ୍ଟୋରାଲ କଲେଜର ଅଂଶବିଶେଷ ନୁହଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri