Posted inଖେଳ

ଅର୍ଜୁନ, ସାରାଙ୍କ ସହ ଏକାଠି ଯୋଗ କରି ପିତୃ ଦିବସ ପାଳିଲେ ସଚିନ

ମୁମ୍ବାଇ, ୨୧।୬- ରବିବାର ଗୋଟିଏ ଦିନରେ ଅନ୍ତର୍ଜାତୀୟ ଯୋଗ ଦିବସ ସାଙ୍ଗକୁ ବିଶ୍ୱ ପିତୃ ଦିବସ ପଡ଼ିଥିଲା। ଏହି ଅବସରରେ କ୍ରିକେଟ୍‌ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ପୁଅ ଅର୍ଜୁନ ଓ ଝିଅ ସାରାଙ୍କ ସହ ଏକାଠି ପ୍ରାଣାୟମ କରି ଉଭୟ ପିତୃ ଓ ଯୋଗ ଦିବସ ପାଳନ କରିଥିବାର ଜଣାପଡ଼ିଛି। ସଚିନ ନିଜ ଟୁଇଟର୍‌ ଆକାଉଣ୍ଟରେ ଏହାର ଏକ ଫଟୋ ପୋଷ୍ଟ କରିଛନ୍ତି। ଯେଉଁଥିରେ ବାନ୍ଦ୍ରସ୍ଥିତ ବାସଭବନରେ ଅର୍ଜୁନ ଓ ସାରାଙ୍କ ସହ ସଚିନ ପ୍ରାଣାୟମ ମୁଦ୍ରାରେ ରହିଛନ୍ତି। ଏହି ଫଟୋ ତଳେ ସଚିନ ଏକ କ୍ୟାପସନ ଲେଖି ଉଲ୍ଲେଖ କରିଛନ୍ତି, ଏକାଠି କିଛି ଯୋଗ କରି ପିତୃ ଦିବସ ପାଳନ କରିଛୁ। ସେହିଭଳି ଅନ୍ୟ ଭାରତୀୟ କ୍ରିକେଟର୍‌ମାନଙ୍କ ମଧ୍ୟରେ ରୋହିତ୍‌ ଶର୍ମା, ଯୁବରାଜ ସିଂ, ବୀରେନ୍ଦ୍ର ସେହ୍ବାଗ, ଇଶାନ୍ତ ଶର୍ମା, ଉମେଶ ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା ପ୍ରମୁଖ ବିଶ୍ୱ ପିତୃ ଦିବସ ଓ ଯୋଗ ଦିବସ ପାଳନ କରିଛନ୍ତି।
ସୀମିତ ଓଭର ଦଳର ଉପଅଧିନାୟକ ରୋହିତ୍‌ ଶର୍ମା ନିଜ ସ୍ବର୍ଗୀୟ ବାପା ଗୁରୁନାଥ ଶର୍ମାଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ ଏହି ଫଟୋ ତଳେ ଲେଖିଛନ୍ତି, ବାପା ସର୍ବଦା ପଛରେ ଠିଆ ହୁଅନ୍ତି। ପିଲାମାନଙ୍କର ଏବଂ ଘରର ସେ ମେରୁଦଣ୍ଡ ହୋଇଥାନ୍ତି। ମୋ ବାପା ମଧ୍ୟ ସେହିପରି ଥିଲେ ଏବଂ ମୋର ସମସ୍ତ ସ୍ବପ୍ନ ପୂରଣ କରିବାରେ ସେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri