ଅର୍ଥ ଅଭାବ ଲାଗି ଛିଡା ହେଲା ଏୟାର ଇଣ୍ଡିଆର ୧୯ ବିମାନ

ନୂଆଦିଲ୍ଲୀ,୨୬-୪: ଜେଟ୍‌ ଏୟାରଓ୍ବେଜ ଭଳି ଏୟାର ଇଣ୍ଡିଆରେ ଆର୍ଥିକ ସଙ୍କଟ ଦେଖାଦେଇଛି। ଅର୍ଥର ଅଭାବ କାରଣରୁ କମ୍ପାନୀର ୧୯ ବିମାନ ଏବେ ବିମାନ ବନ୍ଦରରେ ଛିଡା ହୋଇଛି। ଏଥିରେ ବୋଇଂ ୭୭୭, ବୋଇଂ ୭୮୭ ଏବଂ ଏୟାରବସ୍‌ ଏ୩୨୦ ଭଳି ବିମାନ ରହିଛି। ଏଗୁଡ଼ିକ ଗତ କିଛି ମାସ ହେଲା କାର୍ଯ୍ୟକ୍ଷମ ନାହାନ୍ତି। ଇତିମଧ୍ୟରେ ଜେଟ୍‌ ଏୟାରଓ୍ବେଜର  ବୋଇଂ ୭୭୭ ବିମାନ ଲିଜ୍‌ରେ ନେବାକୁ ଏୟାର ଇଣ୍ଡିଆ ଆଗ୍ରହ ପ୍ରକାଶ କରିଛି। ଏଥିପାଇଁ  କମ୍ପାନୀ ଷ୍ଟେଟ ବ୍ୟାଙ୍କକୁ ଅନୁରୋଧ କରିଛି। ତେବେ ଏୟାର ଇଣ୍ଡିଆକୁ ଏବେ ଅନ୍ତତଃପକ୍ଷେ ଏବେ ୫୦୦ କୋଟି ଟଙ୍କାର ଆବଶ୍ୟକତା ରହିିଛି। ଏହି ଅର୍ଥରେ ପଡି ରହିଥିବା ବିମାନଗୁଡ଼ିକୁ ସଜାଡି କମ୍ପାନୀ ଉଡ଼ାଇବାକୁ ଚାହୁଁଛି। ଏୟାର ଇଣ୍ଡିଆର ଅବସ୍ଥା ଏପରି ସାଂଘାତିକ ଯେ, କମ୍ପାନୀ ନୂଆ ବିମାନରୁ ପାଟର୍‌ସ ବାହାର କରି ପୁରୁଣା ବିମାନରେ ଲଗାଇବାକୁ ବାଧ୍ୟ ହେଉଛି। ନୂଆ ପାଟର୍‌ସ କିଣିବାକୁ ଏହା ନିକଟରେ ଅର୍ଥ ନାହିଁ। ସୂଚନାଥାଉ କି, ଏୟାର ଇଣ୍ଡିଆ ନିକଟରେ ୧୮ ବୋଇଂ ୭୭୭,୨୭ ବୋଇଂ ୭୮୭, ୪ ବୋଇଂ ୭୪୭ ବିମାନ ରହିଛି। ଏଗୁଡ଼ିକୁ ଅନ୍ତର୍ଜାତୀୟ ରୁଟ୍‌ରେ ଉଡ଼ାଯାଇଥାଏ। ହଜ୍‌ ଯାତ୍ରା, ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ବୋଇଂ ୭୪୭ରେ ଯାତ୍ରା କରିଥାନ୍ତି। ବର୍ତ୍ତମାନ ଏୟାର ଇଣ୍ଡିଆ ଉପରେ ୪୮ ହଜାର କୋଟି ଟଙ୍କାର ଋଣବୋଝ ରହିଛି। ଦେଶରେ ସାଧାରଣ ନିର୍ବାଚନ ଚାଲିଥିବାରୁ ସରକାର କୌଣସି ନୀତିଗତ ନିଷ୍ପତ୍ତି ନେଇପାରିବେ ନାହିଁ। ଏହି କାରଣରୁ ଏୟାର ଇଣ୍ଡିଆକୁ ଅର୍ଥ ସହାୟତା କରିବା ସରକାରଙ୍କ ପକ୍ଷରେ ଅଡୁଆ ହୋଇଛି। ଅର୍ଥ ଅଭାବରେ ଆଗାମୀ ଦିନରେ କମ୍ପାନୀର ଆହୁରି କିଛି ବିମାନ ଛିଡ଼ା ହେବ ବୋଲି ମନେକରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri