ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ନାହିଁ: ଅନୁରାଗ

ନୂଆଦିଲ୍ଲୀ,୪ା୨
ଦେଶର ଅର୍ଥ ବ୍ୟବସ୍ଥାରେ ବର୍ତ୍ତମାନ ମାନ୍ଦାବସ୍ଥା ନ ଥିବା ସରକାରଙ୍କ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ୨୦୧୪-୧୯ ମଧ୍ୟରେ ଭାରତ ଜି-୨୦ ଦେଶ ସମୂହଙ୍କ ମଧ୍ୟରେ ସର୍ବୋଚ୍ଚ ହାରାହାରି ଅଭିବୃଦ୍ଧି ହାସଲ କରିବାକୁ ସକ୍ଷମ ହୋଇଛି। ଲୋକସଭାକୁ ଏକ ଲିଖିତ ଉତ୍ତରରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ, ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ଆକଳନ ମୁତାବକ ଭାରତ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ଭାବେ ପରିଗଣିତ ହେବା ସହ ଅଭିବୃଦ୍ଧି ଧାରା ଜାରି ରଖିବ। ୨୦୨୦-୨୧ରେ ଦେଶର ଜିଡିପି ଅଭିବୃଦ୍ଧି ୫.୮% ରହିବ। ୨୦୨୧-୨୨ରେ ଅଭିବୃଦ୍ଧିରେ ଏହା ଚାଇନାକୁ ଟପିବାର ସମ୍ଭାବନା ରହିଥିବା ଠାକୁର କହିଛନ୍ତି।
ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ(ଏନ୍‌ଏସ୍‌ଓ) ଡାଟା ଆଧାରରେ ସେ କହିଛନ୍ତି ଯେ, ଦେଶରେ ମାନ୍ଦାବସ୍ଥା ନାହିଁ। ୨୦୧୪-୧୯ ମଧ୍ୟରେ ଜିଡିପି ଅଭିବୃଦ୍ଧି ୭.୫% ରହିଛି। ଯାହା ଜି-୨୦ ଦେଶ ସମୂହଙ୍କ ମଧ୍ୟରେ ସର୍ବାଧିକ। ଦେଶର ଅର୍ଥ ବ୍ୟବସ୍ଥା ଏକ ଦୁଃସମୟ ଦେଇ ଗତି କରୁଥିବା ଅନ୍ତର୍ଜାତୀୟ ଏଜେନ୍ସିଗୁଡିକ କହିଥିବା ନେଇ ଏକ ପ୍ରଶ୍ନର ଉତ୍ତର ମଧ୍ୟ ସେ ରଖିଛନ୍ତି। ନଭେମ୍ବରରେ ଶିଳ୍ପ ଉତ୍ପାଦନ ସୂଚୀ (ଆଇଆଇପି)ରେ ଉନ୍ନତି ଆସିବା ସହ ୧.୮% ରହିଛି। ଏହା ସେପ୍ଟେମ୍ବରରେ ୪.୩% ଏବଂ ଅକ୍ଟୋବରରେ ୪% ହ୍ରାସ ହୋଇଥିଲା। ୨୦୧୯ ସେପ୍ଟେମ୍ବରରେ ଶିଳ୍ପ କ୍ଷେତ୍ର ଉତ୍ପାଦନ ୬ ବର୍ଷର ତଳକୁ ଖସିଯାଇଥିଲା। ସେହିଭଳି ଦେଶର ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଏବଂ ସାମଗ୍ରିକ ନିବେଶ ପରିବେଶକୁ ଉନ୍ନତ କରିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବା ଠାକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ପେଟ୍ରୋଲ-ଡିଜେଲ ପରେ ଏବେ LPG ପାଳି? ଜାଣନ୍ତୁ ଆଜି କେତେ ରହିଛି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୩।୫: ଦେଶରେ ସାଧାରଣ ଜନତାଙ୍କ ପକେଟ ଉପରେ ପୁଣି ଥରେ ମହଙ୍ଗା ମାଡ଼ ହୋଇଛି। ଆଜି (୨୩ ମଇ, ୨୦୨୬) ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’କୁ ଅଲିମ୍ପିଆନ ଅମିତ ରୋହିଦାସଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୨୨ା୫: ଭାରତୀୟ ହକି ଖେଳାଳି ତଥା ଅଲିମ୍ପିଆନ ଅମିତ ରୋହିଦାସ ‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’ ଅଧୀନରେ ନିଜ ଘରେ ରୁଫ୍‌ଟପ୍‌ ସୋଲାର ସିଷ୍ଟମ…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ,…

ଏବେ କେବଳ  Hello ପଠାଇବା ମାତ୍ରେ ମିଳିଯିବ PF  ଆକାଉଣ୍ଟର ସମସ୍ତ ସୂଚନା, ବଡ଼ ପଦକ୍ଷେପ ନେଲା… 

ନୂଆଦିଲ୍ଲୀ,୨୦।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ଖୁବଶୀଘ୍ର କୋଟି କୋଟି ଆକାଉଣ୍ଟଧାରୀଙ୍କ ପାଇଁ ଏକ ବଡ଼ ଡିଜିଟାଲ ସୁବିଧା ଆରମ୍ଭ କରିବାକୁ ଯାଉଛି । ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri