ଅର୍ଥ ବ୍ୟବସ୍ଥାରେ ସୁଧାର ଆସୁଛି:ସୀତାରାମନ

ନୂଆଦିଲ୍ଲୀ,୧୨-୨: ଏବେ ଅର୍ଥ ବ୍ୟବସ୍ଥାରେ ସୁଧାର ପରିଲକ୍ଷିତ ହେଉଛି। ଅର୍ଥ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ଲାଗି ସରକାର ଉଠାଉଥିବା ବିଭିନ୍ନ ପଦକ୍ଷେପ ଯୋଗୁ ଏହାର ଲାଭ ମିଳୁଥିବା ଦେଖାଯାଉଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର କହିଛନ୍ତି। ଅର୍ଥ ବ୍ୟବସ୍ଥା ଅଜ୍ଞ ଡାକ୍ତରଙ୍କ ହାତରେ ରହିଥିବା ସୋମବାର ବଜେଟ ଆଲୋଚନା ବେଳେ ରାଜ୍ୟସଭାରେ କଂଗ୍ରେସ ନେତା ପି.ଚିଦାମ୍ବରମ କହିଥିଲେ। ଏହାର ଉତ୍ତର ରଖି ସୀତାରାମନ କହିଛନ୍ତି ଯେ, ଅର୍ଥ ବ୍ୟବସ୍ଥା ଠିକ୍‌ ବିଶେଷଜ୍ଞ ହାତରେ ରହିଛି। ସରକାର ବିତ୍ତୀୟ ଅନୁଶାନକୁ ଦୃଢତାର ସହ ଲାଗୁ କରାଇବାକୁ ଯୋଜନା ହାତକୁ ନେଇଛନ୍ତି। ଅର୍ଥ ବ୍ୟବସ୍ଥା ଗାଡିର ସବୁ ଇଞ୍ଜିନକୁ ତ୍ୱରାନ୍ବିତ କରିବା ଲାଗି ବ୍ୟବସ୍ଥା ଗ୍ରହଣ କରାଯାଇଛି। ମହିଳା, ଅନୁସୂଚିତ ଜାତି, ଜନଜାତି, ଶିଶୁଙ୍କ ସମେତ ସମାଜର ଅନ୍ୟ ସବୁ ବର୍ଗର କଲ୍ୟାଣ ଲାଗି ନିରନ୍ତର ଭିତ୍ତିରେ ଆବଣ୍ଟନ ବୃଦ୍ଧି କରାଯାଉଛି। ଯେଉଁ ମାନଙ୍କ ଲାଗି ଆଜି ଏନ୍‌ପିଏ ସମସ୍ୟା ସୃଷ୍ଟି ହୋଇଛି ସେମାନଙ୍କଠାରୁ ଅଧିକ କିଛି ଶିଖିବାର ନାହିଁ ବୋଲି ସୀତାରାମନ ପାଲଟା ଉତ୍ତତ ଦେଇଛନ୍ତି। ସେ କହିଛନ୍ତି ଏବେ ମୁଦ୍ରାସ୍ଫୀତି ହାର ୪.୮% ରହିଛି। ଫ୍ୟାକ୍ଟି ଉତ୍ପାଦନରେ ଉନ୍ନତି ଆସିଥିବା ବେଳେ ଏଫ୍‌ଡିଆଇ, ବିଦେଶୀ ମୁଦ୍ରା ଭଣ୍ଡାରରେ ବୃଦ୍ଧି ଘଟିଛି। ଗତ ୩ ତ୍ରୈମାସ ଧରି ଜିଏସ୍‌ଟି ରାଜସ୍ବରେ ଉନ୍ନତି ପରିଲକ୍ଷିତ ହେଉଛି। ଆର୍ଥତ୍କ କ୍ଷେତ୍ରର ପ୍ରତି ମାନଦଣ୍ଡରେ ଅର୍ଥ ବ୍ୟବସ୍ଥା ଆଗକୁ ବଢୁଛି। ଅର୍ଥ ବ୍ୟବସ୍ଥାରେ ସଙ୍କଟ ନାହିଁ ମାତ୍ର ଏଥିରେ ରହିଥିବା ଭଲ ପ୍ରଦର୍ଶନକୁ ବିରୋଧି ମାନେ ମାନିବା ସପକ୍ଷରେ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri