ଅର୍ଥ ଲଗାଣକାରୀ ସଂସ୍ଥା ଏଜେଣ୍ଟଙ୍କଠାରୁ ୫ ଲକ୍ଷ ଲୁଟ୍‌

ଭବାନୀପାଟଣା,୨।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବୋର୍ଡା ଫାଣ୍ଡି କାନ୍ଦୁଲଝର ଗାଁ ନିକଟରୁ ଅର୍ଥ ଲଗାଣକାରୀ ସଂସ୍ଥାର ଏଜେଣ୍ଟମାନଙ୍କଠାରୁ ୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟିନେଇ ଫେରାର୍‌ ହୋଇଯାଇଥିବା ନେଇ ବୋର୍ଡା ଫାଣ୍ଡିରେ ଅଭିଯୋଗ ହୋଇଛି।
ସୂଚନାନୁଯାୟୀ, ବଲାଙ୍ଗୀର ଜିଲା ସିନ୍ଧେକେଲାରେ ଥିବା ଭାରତ ଫାଇନାନ୍ସିଆଲ ପ୍ରାଇଭେଟ୍‌ ଲିମିଟେଡ୍‌ କାର୍ଯ୍ୟାଳୟର ଏଜେଣ୍ଟ ରମାକାନ୍ତ ମହାନନ୍ଦ, ପରମାନନ୍ଦ ହରିଜନ, ଉଦୟ ନାଗ ଓ ସୁନୀଲ ବାଗ ଗୋଲାମୁଣ୍ଡା, ବ୍ଲକର ଉଛୁଲା, ଚୁରାଗାଁ, ଗୁଣ୍ଡୁରି, କର୍ଲା, କୁଟ୍ରାବାହାଲି, ଫଟାମୁଣ୍ଡା ଓ ମେରମହୁଲ ଅଞ୍ଚଳରୁ ବିଭିନ୍ନ ଏସଏଚ୍‌ଜିରୁ ଋଣର ମାସିକ କିସ୍ତି ଆଦାୟ କରି ଫେରୁଥିଲେ। ବୋର୍ଡା କାନ୍ଦୁଲଝର ନିକଟରେ ୧୦ରୁ ୧୫ ଜଣ ଦୁର୍ବୃତ୍ତ ହଠାତ୍‌ ସଂଘବଦ୍ଧ ଭାବେ ମାରଣାସ୍ତ୍ର ଦେଖାଇ ଆକ୍ରମଣ କରିବା ସହ ନଗଦ ୫,୧୫,୬୦୦ଟଙ୍କା, ମୋବାଇଲ ଫୋନ, ବାୟୋମେଟ୍ରିକ ମେଶିନ୍‌ ଓ ଏକ ଟାବଲେଟ୍‌ ଲୁଟି ନେଇଥିଲେ। ଆକ୍ରମଣରେ ଏଜେଣ୍ଟ ରମାକାନ୍ତଙ୍କ ଡାହାଣ ଗୋଡରେ ଆଘାତ ଲାଗିଥିବା ଜଣାପଡିଛି। ସେ ବୋର୍ଡା ସିଏଚସିରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri