ଅର୍ଥପାଇଁ ସଂକ୍ରମଣକୁ ଭୟନାହିଁ: କଣ୍ଟାପଡ଼ାର ବିଭିନ୍ନ ବ୍ୟାଙ୍କରେ ସାମାଜିକ ଦୂରତ୍ୱକୁ ଫୁ’

କଣ୍ଟାପଡା, ୧୬।୪(ଡି.ଏନ୍‌.ଏ.): ଜନଧନ ଆକାଉଣ୍ଟଧାରୀଙ୍କ ଖାତାକୁ କେନ୍ଦ୍ର ସରକାର ଟଙ୍କା ପଠାଇଥିବା ଖବର ପ୍ରକାଶ ପାଇବା ପରେ କଣ୍ଟାପଡା ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ବ୍ୟାଙ୍କରେ ଭିଡ ପରିଲକ୍ଷିତ ହୋଇଛି। ବୁଧବାର ବ୍ୟାଙ୍କରେ ବ୍ୟାଙ୍କ ଖାତା ଚେକ କରିବାପାଇଁ ଭିଡ ଅସମ୍ଭାଳ ହୋଇଥିବାବେଳେ ଗୁରୁବାର ସକାଳୁ ବ୍ୟାଙ୍କ ଖୋଲିବା ପୂର୍ବରୁ ଖାତାଧାରୀମାନେ ଭିଡ ଲଗାଇବା ଆରମ୍ଭ କରିଛନ୍ତି। ଓଲଟପୁର ଇଣ୍ଡିଆନ ବ୍ୟାଙ୍କ ଖୋଲିବାପରେ ବ୍ୟାଙ୍କ କର୍ତ୍ତୃପକ୍ଷ ୫ ଜଣ ଲେଖାଏ ଖାତାଧାରୀଙ୍କୁ ଭିତରକୁ ଛାଡି ଗେଟ୍‌ ବନ୍ଦ କରୁଥିବା ଦେଖାଯାଇଥିଲା। ଫଳରେ ଖାତାଧାରୀମାନେ କୋରନା ସଂକ୍ରମଣକୁ ଭୁଲିଯାଇ ସାମାଜିକ ଦୂରତ୍ୱ ନ ରଖି ବ୍ୟାଙ୍କ ମୁଖ୍ୟ ଫାଟକ ନିକଟରେ ଧାଡି ଲଗାଇଥିଲେ। ଏଭଳି ଅବସ୍ଥା ୨ ଦିନଧରି ଲାଗି ରହିଥିଲେ ମଧ୍ୟ ପୋଲିସ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ଦେଖାଯାଇ ନ ଥିଲା। ଅପରପକ୍ଷେ ବ୍ୟାଙ୍କ ପକ୍ଷରୁ ଖାତାଧାରୀମାନଙ୍କୁ ସଚେତନ କରାଯାଉ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜୁଛି ବୋଲି ସେଠାରେ ଉପସ୍ଥିତ କେତେକ ସଚେତନ ଖାତାଧାରୀ ମତ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri