ଅର୍ଦ୍ଧନିର୍ମିତ କଲଭର୍ଟ ମରଣଯନ୍ତା

ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ମ୍ୟୁନିସିପାଲିଟି ଅନ୍ତର୍ଗତ ସୁନହଟ ଲାଲମହନ ଛକ ଓ କନକଦୁର୍ଗା ଛକ ସଂଲଗ୍ନ ରାସ୍ତାର କନକଦୁର୍ଗା ମନ୍ଦିର ନିକଟରେ ନିର୍ମାଣାଧୀନ ଥିବା କଲର୍ଭଟକୁ ଅଧାପନ୍ତରିଆ ଅବସ୍ଥାରେ ଛାଡି ଦିଆଯାଇଥିବାରୁ ଲୋକେ ଯାତାୟତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରତ୍ୟହ ୧୫ରୁ ଉର୍ଦ୍ଧ୍ୱ ପଞ୍ଚାୟତର ଲୋକେ ଏହି ରାସ୍ତା ଦେଇ ଯାତାୟତ କରିଥାନ୍ତି। ପର୍ବରୁ ରାସ୍ତାର ଅବସ୍ଥା ଖରାପ ହୋଇ ପଡ଼ିଥିବାରୁ ଗ୍ରାମବାସୀ ଏହାର ମରାମତି କରିବାକୁ ପୌରପାଳଙ୍କ ନିକଟରେ ଦାବି କରିଥିଲେ। ତଦନୁଯାୟୀ ରାସ୍ତା ନିର୍ମାଣ ସକାଶେ ୫୪ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ମଞ୍ଜୁର ଅର୍ଥରେ ରାସ୍ତା, ନାଳ ଓ କଲଭର୍ଟ କାର୍ଯ୍ୟ ଲାଗି ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ବର୍ଷେ ପୂର୍ବରୁ ରାସ୍ତାର କାମ ଆରମ୍ଭ ହୋଇ ଉଣା ଅଧିକେ ଶେଷ ହୋଇଥିଲେ ମଧ୍ୟ ନିର୍ମାଣାଧୀନ କଲଭର୍ଟ କାମ ଅଧାପନ୍ତରିଆ ହୋଇପଡିରହିଛି।
ଏ ସମ୍ପର୍କରେ ଅଞ୍ଚଳବାସୀ ଗତ ମାସ ୧୩ତାରିଖରେ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ଜିଲାପାଳ ଅଭିଯୋଗ ଶୁଣି ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ତୁରନ୍ତ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। କାର୍ଯ୍ୟନିର୍ବାହୀ ଅଧିକାରୀ ୱାର୍କ ସେକସନକୁ ଗତ ୨୪ତାରିଖରେ ଅବଗତ କରାଇଥିଲେ ମଧ୍ୟ ଏଯାଏ କାମ ହୋଇପାରି ନାହଁି। ସମ୍ପୃକ୍ତ ଠିକାଦାର ନିର୍ମାଣ କାର୍ଯ୍ୟ ବାବଦ ସମସ୍ତ ଉଠାଇ ନେଇଥିବା ଏବଂ ଏଭଳି ଅନିୟମିତତାରେ କେତେକ କର୍ମଚାରୀଙ୍କ ହାତ ରହିଥିବା ଅଞ୍ଚଳବାସୀଙ୍କ ପକ୍ଷରୁ ଭବାନୀ ଶଙ୍କର ନାୟକ ଓ ଦୀନବନ୍ଧୁ ଆଚାର୍ଯ୍ୟ ଅଭିଯୋଗ କରିଛନ୍ତି। ଆଗାମୀ ୧୫ଦିନ ଭିତରେ କାମ ଶେଷ କରା ନ ଗଲେ ରାସ୍ତାରୋକୋ ଆନ୍ଦୋଳନ କରାଯିବ ବୋଲି ସେମାନେ ଜିଲା ପ୍ରଶାସନଙ୍କୁ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ନାୟକଙ୍କୁ ପଚାରିବାରୁ ସେ କନିଷ୍ଠଯନ୍ତ୍ରୀଙ୍କୁ ଅବଗତ କରାଇଥିବା କହିଛନ୍ତି। ଯଥାଶୀଘ୍ର କାମ ନହେଲେ ବିହୀତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri