Posted inଜାତୀୟ

ଅର୍ଦ୍ଧସାମରିକ ବାହିନୀ ମୁତୟନ:ଅଧିକ ପୈଠ କରିବେ ରାଜ୍ୟ

ନୂଆଦିଲ୍ଲୀ,୧୧-୧୦:(ଆଇଏଏନ୍‌ଏସ୍‌):ଅର୍ଦ୍ଧସାମରିକ ବାହିନୀ ମୁତୟନ ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଗୁଡିକ ୧୦ ପ୍ରତିଶତ ଅଧିକ ଦେୟ ପୈଠ କରିବେ। କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସିଏପିଏଫ୍‌) ଓ ତ୍ୱରିତ୍‌ କାର୍ଯ୍ୟାନୁଷ୍ଠାନ ବାହିନୀ (ଆର୍‌ଏଏଫ୍‌)ର ସେବା ପାଇବାକୁ ହେଲେ ୨୦୨୪ ପର୍ଯ୍ୟନ୍ତ ପ୍ରତିବର୍ଷ ସମ୍ପୃକ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଅଧିକ ଦେୟ ପୈଠ କରିବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏଥିପାଇଁ ରାଜ୍ୟଗୁଡିକୁ ବଜେଟରେ ଆବଶ୍ୟକ ବ୍ୟବସ୍ଥା କରିବାକୁ ହେବ। ତେବେ ଉତ୍ତରପୂର୍ବାଞ୍ଚଳ ରାଜ୍ୟ, ଜମ୍ମୁ-କଶ୍ମୀର, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ ଏବଂ ମାଓବାଦୀ ପ୍ରବଣ ରାଜ୍ୟ ପାଇଁ ଏହି ନୀତି ଲାଗୁ ହେବ ନାହିଁ। ସେମାନେ ମୋଟ ବ୍ୟୟର ମାତ୍ର ୧୦ ପ୍ରତିଶତ ପ୍ରଦାନ କରିବେ।
ସିଏପିଏଫ୍‌ ଅଧୀନରେ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌), କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌), କେନ୍ଦ୍ରୀୟ ଶିଳ୍ପାଞ୍ଚଳ ସୁରକ୍ଷା ବଳ (ସିଆଇଏସ୍‌ଏଫ୍‌), ଇଣ୍ଡୋ-ତିବ୍ବତୀୟ ସୀମା ପୋଲିସ (ଆଇଟିବିପି), ଆସାମ ରାଇଫଲ୍ସ, ଜାତୀୟ ସୁରକ୍ଷା ଗାର୍ଡ ଏବଂ ସଶସ୍ତ୍ର ସୀମା ବଳ ରହିଛି। ଆତଙ୍କବାଦୀ ଓ ମାଓବାଦୀ ପ୍ରଭାବିତ ରାଜ୍ୟ ସମେତ ଅନ୍ୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଆଇନଶୃଙ୍ଖଳା, ଉଦ୍ଧାର, ରିଲିଫ ଓ ସୁରକ୍ଷା ବ୍ୟବସ୍ଥା ଲାଗି ଅର୍ଦ୍ଧସାମରିକ ବଳ ଯୋଗାଇଦେଇଥାଏ। ବର୍ତ୍ତମାନର ନୀତିକୁ ସମୀକ୍ଷା କରିବା ପରେ ସିଏପିଏଫ୍‌ର ପ୍ରତି ବାଟାଲିୟନ୍‌ ପାଇଁ ଦର ଧାର୍ଯ୍ୟ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ଆଗାମୀ ୫ ବର୍ଷ ପର୍ଯ୍ୟନ୍ତ ଅର୍ଦ୍ଧସାମରିକ ବଳ ପଠାଇବା ଓ ସେମାନଙ୍କୁ ବିଭିନ୍ନ ସ୍ଥାନରେ ନିୟୋଜିତ କରିବା ଲାଗି ପରିବହନ ଖର୍ଚ୍ଚ ରାଜ୍ୟମାନଙ୍କୁ ବହନ କରିବାକୁ ହେବ।
ସଂଶୋଧିତ ଦେୟ ଅନୁଯାୟୀ ୨୦୧୯-୨୦ ବର୍ଷରେ ସାଧାରଣ ଅଞ୍ଚଳରେ ମୁତୟନ ଲାଗି ପ୍ରତି ବାଟାଲିୟନ ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଜ୍ୟଠାରୁ ବର୍ଷକୁ ୧୩.୭୦ କୋଟି ଟଙ୍କା ଆଦାୟ କରିବ। ସେହିପରି ଅଧିକ ବିପଦପୂର୍ଣ୍ଣ ଅଞ୍ଚଳ ପାଇଁ ୨୫.୧୮ କୋଟି ଏବଂ ଅତ୍ୟଧିକ ବିପଦ ଓ କଷ୍ଟକର ଜୋନ୍‌ ପାଇଁ ୩୪.୨୬ କୋଟି ଟଙ୍କା ସଂଗ୍ରହ କରିବାକୁ ନିଷ୍ପତ୍ତି ହୋଇଛି। ପରବର୍ତ୍ତୀ ବର୍ଷଗୁଡିକରେ ଏହି ଦେୟକୁ ବୃଦ୍ଧି କରାଯିବ। ଏହା ସହ ଯବାନମାନଙ୍କ ରହିବା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ମଧ୍ୟ ରାଜ୍ୟ ସରକାର ଯୋଗାଇଦେବେ। ବିଧାନସଭା ନ ଥିବା କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦେୟ ଦେବାକୁ ପଡିବନି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri