Posted inଜାତୀୟ

ଅର୍ଦ୍ଧସାମରିକ ବାହିନୀ ମୁତୟନ:ଅଧିକ ପୈଠ କରିବେ ରାଜ୍ୟ

ନୂଆଦିଲ୍ଲୀ,୧୧-୧୦:(ଆଇଏଏନ୍‌ଏସ୍‌):ଅର୍ଦ୍ଧସାମରିକ ବାହିନୀ ମୁତୟନ ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଗୁଡିକ ୧୦ ପ୍ରତିଶତ ଅଧିକ ଦେୟ ପୈଠ କରିବେ। କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସିଏପିଏଫ୍‌) ଓ ତ୍ୱରିତ୍‌ କାର୍ଯ୍ୟାନୁଷ୍ଠାନ ବାହିନୀ (ଆର୍‌ଏଏଫ୍‌)ର ସେବା ପାଇବାକୁ ହେଲେ ୨୦୨୪ ପର୍ଯ୍ୟନ୍ତ ପ୍ରତିବର୍ଷ ସମ୍ପୃକ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଅଧିକ ଦେୟ ପୈଠ କରିବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏଥିପାଇଁ ରାଜ୍ୟଗୁଡିକୁ ବଜେଟରେ ଆବଶ୍ୟକ ବ୍ୟବସ୍ଥା କରିବାକୁ ହେବ। ତେବେ ଉତ୍ତରପୂର୍ବାଞ୍ଚଳ ରାଜ୍ୟ, ଜମ୍ମୁ-କଶ୍ମୀର, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ ଏବଂ ମାଓବାଦୀ ପ୍ରବଣ ରାଜ୍ୟ ପାଇଁ ଏହି ନୀତି ଲାଗୁ ହେବ ନାହିଁ। ସେମାନେ ମୋଟ ବ୍ୟୟର ମାତ୍ର ୧୦ ପ୍ରତିଶତ ପ୍ରଦାନ କରିବେ।
ସିଏପିଏଫ୍‌ ଅଧୀନରେ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌), କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌), କେନ୍ଦ୍ରୀୟ ଶିଳ୍ପାଞ୍ଚଳ ସୁରକ୍ଷା ବଳ (ସିଆଇଏସ୍‌ଏଫ୍‌), ଇଣ୍ଡୋ-ତିବ୍ବତୀୟ ସୀମା ପୋଲିସ (ଆଇଟିବିପି), ଆସାମ ରାଇଫଲ୍ସ, ଜାତୀୟ ସୁରକ୍ଷା ଗାର୍ଡ ଏବଂ ସଶସ୍ତ୍ର ସୀମା ବଳ ରହିଛି। ଆତଙ୍କବାଦୀ ଓ ମାଓବାଦୀ ପ୍ରଭାବିତ ରାଜ୍ୟ ସମେତ ଅନ୍ୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଆଇନଶୃଙ୍ଖଳା, ଉଦ୍ଧାର, ରିଲିଫ ଓ ସୁରକ୍ଷା ବ୍ୟବସ୍ଥା ଲାଗି ଅର୍ଦ୍ଧସାମରିକ ବଳ ଯୋଗାଇଦେଇଥାଏ। ବର୍ତ୍ତମାନର ନୀତିକୁ ସମୀକ୍ଷା କରିବା ପରେ ସିଏପିଏଫ୍‌ର ପ୍ରତି ବାଟାଲିୟନ୍‌ ପାଇଁ ଦର ଧାର୍ଯ୍ୟ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ଆଗାମୀ ୫ ବର୍ଷ ପର୍ଯ୍ୟନ୍ତ ଅର୍ଦ୍ଧସାମରିକ ବଳ ପଠାଇବା ଓ ସେମାନଙ୍କୁ ବିଭିନ୍ନ ସ୍ଥାନରେ ନିୟୋଜିତ କରିବା ଲାଗି ପରିବହନ ଖର୍ଚ୍ଚ ରାଜ୍ୟମାନଙ୍କୁ ବହନ କରିବାକୁ ହେବ।
ସଂଶୋଧିତ ଦେୟ ଅନୁଯାୟୀ ୨୦୧୯-୨୦ ବର୍ଷରେ ସାଧାରଣ ଅଞ୍ଚଳରେ ମୁତୟନ ଲାଗି ପ୍ରତି ବାଟାଲିୟନ ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଜ୍ୟଠାରୁ ବର୍ଷକୁ ୧୩.୭୦ କୋଟି ଟଙ୍କା ଆଦାୟ କରିବ। ସେହିପରି ଅଧିକ ବିପଦପୂର୍ଣ୍ଣ ଅଞ୍ଚଳ ପାଇଁ ୨୫.୧୮ କୋଟି ଏବଂ ଅତ୍ୟଧିକ ବିପଦ ଓ କଷ୍ଟକର ଜୋନ୍‌ ପାଇଁ ୩୪.୨୬ କୋଟି ଟଙ୍କା ସଂଗ୍ରହ କରିବାକୁ ନିଷ୍ପତ୍ତି ହୋଇଛି। ପରବର୍ତ୍ତୀ ବର୍ଷଗୁଡିକରେ ଏହି ଦେୟକୁ ବୃଦ୍ଧି କରାଯିବ। ଏହା ସହ ଯବାନମାନଙ୍କ ରହିବା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ମଧ୍ୟ ରାଜ୍ୟ ସରକାର ଯୋଗାଇଦେବେ। ବିଧାନସଭା ନ ଥିବା କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦେୟ ଦେବାକୁ ପଡିବନି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri