Posted inଖେଳ

ଅଲ ଓଡ଼ିଶା ବିଲିୟାଡର୍‌ସ, ସ୍ନୁକର: ସୁବ୍ରତ-କୁନାଲ ଫାଇନାଲ

ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି)- ବିଲିୟାର୍ଡସ ଆଣ୍ଡ ସ୍ନୁକର ଆସୋସିଏଶନ ଅଫ ଓଡ଼ିଶା(ବିଏସ୍‌ଏଓ) ଓ ଓଡ଼ିଶା ମାଇନିଂ କର୍ପୋରେଶନର ମିଳିତ ଆନୁକୂଲ୍ୟରେ କଟକ କ୍ଲବଠାରେ ଚାଲିଥିବା ୨୬ତମ ଅଲ ଓଡ଼ିଶା ବିଲିୟାର୍ଡସ ଓ ସ୍ନୁକର ରାଜ୍ୟ ର଼୍ୟାଙ୍କିଂ ଚାମ୍ପିୟନଶିପର ତୃତୀୟ ଦିବସ ଖେଳ ଶେଷ ହୋଇଛି। ଏଥିସହ ସିନିୟର ବିଲିୟାଡର୍‌ସ ଫାଇନାଲରେ ସୁବ୍ରତ ଦାସ ଓ କୁନାଲ ଅଗ୍ରଓ୍ବାଲଙ୍କ ମଧ୍ୟରେ ଫାଇନାଲ ସ୍ପଷ୍ଟ ହୋଇଛି। ବୁଧବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ସୁବ୍ରତ ୩-୦ ଫ୍ରେମ୍‌ରେ ଅବିନାଶ ମହାପାତ୍ରଙ୍କୁ ପରାସ୍ତ କରିଛନ୍ତି। ଅନ୍ୟପକ୍ଷରେ ସଂଘର୍ଷପୂର୍ଣ୍ଣ ଦ୍ୱିତୀୟ ସେମିରେ କୁନାଲ ୩-୨ ଫ୍ରେମ୍‌ରେ ଆଶୁତୋଷ ପାଢ଼ୀଙ୍କୁ ହରାଇ ଟାଇଟଲ ମୁକାବିଲାରେ ପହଞ୍ଚତ୍ଛନ୍ତି। ଫାଇନାଲ ଗୁରୁବାର ଅନୁଷ୍ଠିତ ହେବ। ସୁବ୍ରତ ଗତ ୨ ବର୍ଷ ଧରି କ୍ରମାଗତ ଚାମ୍ପିୟନ ହୋଇ ଆସୁଛନ୍ତି। ଏଥର ଯଦି ତାହାର ପୁନରାବୃତ୍ତି ହୁଏ ତେବେ ସେ ହ୍ୟାଟ୍ରିକ କରିବେ ଏବଂ ମୋଟ ୯ ଥରପାଇଁ ବିଲିୟାଡର୍‌ସ ଟାଇଟଲ ହାସଲ କରିବେ। ସିନିୟର ସ୍ନୁକର ପ୍ରତିଯୋଗିତା ବୁଧବାର ଆରମ୍ଭ ହୋଇଛି। ଏଥିରେ ଜଗଦୀଶ ମହାନ୍ତି ୩-୧ରେ ନିଶି ପ୍ରକାଶ ଦାସ, ଅମିୟ ରଞ୍ଜନ ନାୟକ ୩-୧ରେ ଶ୍ୟାମ ଅଗ୍ରଓ୍ବାଲ, ମହମ୍ମଦ ରାଜା ୩-୦ରେ ମିଶାଲ ସ୍ବାଇଁ ଏବଂ ନିଶାନ୍ତ ବିଶ୍ୱାଳ ୩-୦ରେ ସତୃଦୀପ ଦାସଙ୍କୁ ହରାଇ ଅଭିଯାନ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri