Posted inଖେଳ

ଅଲିମ୍ପିକ ହକିରେ ଖେଳି ନ ପାରେ ପାକିସ୍ତାନ

କରାଚୀ, ୧୭|୫ (ପି.ଟି.)- ଆସନ୍ତା ବର୍ଷ ଅଲିମ୍ପିକ ଗେମ୍ସରେ ପାକିସ୍ତାନ ହକି ଦଳର ଅଂଶଗ୍ରହଣ ନେଇ ଅନିଶ୍ଚିତ ଦେଖାଦେଇଛି। କାରଣ, ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ଆସନ୍ତା ମାସରେ ହେବାକୁଥିବା ପ୍ରି-କ୍ୱାଲିଫାଇଙ୍ଗ ଟୁର୍ନାମେଣ୍ଟରେ ଏହି ଦଳକୁ ସାମିଲ କରିନାହିଁ। ଏହା ପାକିସ୍ତାନକୁ ଶକ୍ତ ଧକ୍କା ବୋଲି ପାକିସ୍ତାନ ହକି ମହାସଂଘ (ପିଏଚ୍‌ଏଫ୍‌) ସାଧାରଣ ସମ୍ପାଦକ ଆସିଫ ବାଜଓ୍ବା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଫେବୃୟାରୀ-ଏପ୍ରିଲରେ ଅନୁଷ୍ଠିତ ଏଫ୍‌ଆଇଏଚ୍‌ ପ୍ରୋ-ହକି ଲିଗ୍‌ ପାଇଁ ପାକିସ୍ତାନ ଏହାର ଦଳ ନ ପଠାଇବାରୁ ଏଫ୍‌ଆଇଏଚ୍‌ ଏହି ନିଷ୍ପତ୍ତି ନେଇଛି। ବାଜଓ୍ବା କହିଛନ୍ତି, ଏଫ୍‌ଆଇଏଚ୍‌କୁ ସେ ଚିଠି ଲେଖିବେ। ନିଷ୍ପତ୍ତିର ପୁନର୍ବିଚାର ସହ ପାକିସ୍ତାନକୁ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟରେ ଖେଳିବା ସୁଯୋଗ ପାଇଁ ଅନୁରୋଧ କରିବେ। ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ପ୍ରୋ-ହକି ଲିଗ୍‌ ଲାଗି ଦଳ ପଠାଇ ନ ଥିବାରୁ ଏଫ୍‌ଆଇଏଚ୍‌ ଇତିମଧ୍ୟରେ ପିଏଚ୍‌ଏଫ୍‌କୁ ୧୭୦,୦୦୦ ୟୁରୋ ଜରିମାନା କରିସାରିଛି। ପାଣ୍ଠିର ଅଭାବ ଯୋଗୁ ପିଏଚ୍‌ଏଫ୍‌ ଅଲିମ୍ପିକ୍ସ କ୍ୱାଲିଫାଇଙ୍ଗ ପ୍ରକ୍ରିୟା ଲାଗି ଏହାର ଦଳ ପଠାଇ ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri