ଅଲେଖ ମହିମା ଧ୍ୱନିରେ ପ୍ରକମ୍ପିତ ଯୋରନ୍ଦା

ଢେଙ୍କାନାଳ ଅଫିସ, ୮।୨ – ମନରେ ନ ଥିଲା ବର୍ଷା ଭୟ। ଖାତିର ନ ଥିଲା କୋହଲା ପାଗକୁ। ଶୂନ୍ୟପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣର ଭାବ ନେଇ ଏକାଠି ହୋଇଥିଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ। ଅଲେଖ ମହିମା ଧ୍ୱନିରେ ଫାଟି ପଡୁଥିଲା ସମଗ୍ର ଅଞ୍ଚଳ। ଢେଙ୍କାନାଳ ଜିଲାର ମହିମା ଧର୍ମର ପ୍ରମୁଖ ପୀଠ ଯୋରନ୍ଦା ମହିମା ଗାଦିରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ବିଶ୍ୱପ୍ରସିଦ୍ଧ ମାଘମେଳାର ଏପରି ଦୃଶ୍ୟ ହିଁ ଦର୍ଶାଉଥିଲା ମହିମା ଗୋସାଇଁଙ୍କ ପ୍ରତି ଥିବା ଆକୁଣ୍ଠ ବିଶ୍ୱାସକୁ। ପ୍ରଥମ ଦିବସରେ ୫ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବାବେଳେ ବିଶ୍ୱ କଲ୍ୟାଣ ମନ୍ତ୍ରରେ ସଭିଏଁ ହୋଇଉଠିଥିଲେ ଏକାକାର।


ପବିତ୍ର ମାଘ ଶୁକ୍ଳ ଚତୁର୍ଦ୍ଦଶୀ ଉପଲକ୍ଷେ ପୂର୍ବ ନିର୍ଦ୍ଧାରିତ ସମୟନିର୍ଘଣ୍ଟ ଅନୁଯାୟୀ ଶୁକ୍ରବାର ପ୍ରାତଃ ସମୟରୁ ଶୂନ୍ୟପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ସାଧୁସନ୍ଥମାନେ ୬୨ ମୁଠା ରୁପା ପହଁରାରେ ଛେରାପହଁରା କରିଥିଲେ। ଏହାପରେ ଆରମ୍ଭ ହୋଇଥିଲା ଚାମର ସେବା। ପର୍ଯ୍ୟାୟକ୍ରମେ ୫ ମୁଠା ସୁନା ଚାମର ଏବଂ ୬୦ମୁଠା ଚାମରରେ ମନ୍ଦିର ପରିକ୍ରମା ପରେ ଏହି ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ଭକ୍ତମାନେ ଶରଣ ଦର୍ଶନ କରିଥିଲେ। ନାମ ଭଜନ, ଖଞ୍ଜଣି ବାଦନ, ସଂକୀର୍ତ୍ତନରେ ପୀଠ ପରିସର ପ୍ରକମ୍ପିତ ହୋଇଉଠିଥିଲା। ଅପରାହ୍ନ ୫ଟା ୧୫ରେ ଗାଦିମନ୍ଦିରର ଚାରିଦ୍ୱାରରେ ଝାଡ଼ଦୀପ ପ୍ରଜ୍ୱଳନ କରାଯାଇଥିଲା। ବିଶ୍ୱ କଲ୍ୟାଣ ଉଦ୍ଦେଶ୍ୟରେ ମହିମା ସନ୍ନ୍ୟାସୀମାନେ ପ୍ରାର୍ଥନା କରିଥିଲେ। ହୁଳହୁଳି, ଅଲେଖ ମହିମା ଧ୍ୱନିରେ କମ୍ପି ଉଠିଥିଲା ପୀଠ। ସତ୍ୟ ମହିମା ଧର୍ମଧାମ ପରିଚାଳନା ସମିତି ପକ୍ଷରୁ ସାଧୁ ନିତ୍ୟାନନ୍ଦ ବାବା, କୌପୀନଧାରୀ ମହିମା ସମାଜର ରଘୁନାଥ ବାବା, ଅବିନାଶୀ ବାବା ପ୍ରମୁଖ ବରିଷ୍ଠ ସନ୍ନ୍ୟାସୀମାନେ ଉପାସନା ପୀଠରେ ସମସ୍ତ ନୀତିକାନ୍ତି ସମ୍ପନ୍ନ କରିଥିଲେ।
ଚଳିତବର୍ଷ ଫ୍ରାନ୍ସ ସମେତ ଦେଶ ବିଦେଶରୁ ବହୁ ପର୍ଯ୍ୟଟକ ମେଳାରେ ସମାଗମ ହୋଇଛି। ଉଠା ଦୋକାନୀମାନେ ରାସ୍ତାର ଦୁଇପାର୍ଶ୍ୱରେ ପସରା ମେଲାଇଛନ୍ତି। ବିଭିନ୍ନ ଦୋଳି ସାଙ୍ଗକୁ ଯାତ୍ରାପାର୍ଟି ଦର୍ଶକଙ୍କ ମନୋରଞ୍ଜନ କରୁଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଏସ୍‌ପି ଅନୁପମା ଜେମ୍ସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୮ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଯାତ୍ରୀଙ୍କ ସୁବିଧା ପାଇଁ ବ୍ୟାପକ ଆଲୋକୀକରଣ ସହ ପାର୍କିଂର ସୁବ୍ୟବସ୍ଥା କରାଯାଇଥିବା ସରପଞ୍ଚ ପ୍ରଶାନ୍ତ କୁମାର ରାଉତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri