ଅଲେଖଗୁଡା: ଯେଉଁଠି ଲେଖା ହୋଇପାରୁନି ବିକାଶର ଭାଗ୍ୟରେଖା

କୋରୁକୋଣ୍ଡା, ୧୬ା୨(ଡି. ଏନ.ଏ.)  ମାଲକାନଗିରି ଜିଲାରେ ଏପରି ଗ୍ରାମ ରହିଛି ଯେଉଁଠି ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପହଞ୍ଚତ୍ପାରିନାହିଁ। ଜିଲାର କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତାପାରି-୩ ପଞ୍ଚାୟତର ଅଲେଖଗୁଡା ଗ୍ରାମ ହେଉଛି ଏହାର ଉଦାହରଣ। ଏହି ଗ୍ରାମରେ ୧୩ଟି ପରିବାରର ୫୦ରୁ ଊର୍ଦ୍ଧ୍ୱ ଲୋକେ ବସବାସ କରୁଛନ୍ତି। ପୂର୍ବରୁ ଗ୍ରାମବାସୀ କୁଡୁମୁଲୁଗୁମ୍ମା ନିକଟସ୍ଥ ବଡ ଆଖିଆଗୁଡା ଗ୍ରାମରେ ବସବାସ କରୁଥିଲେ। ଯାତାୟାତରେ ଅସୁବିଧା ଓ ବନ୍ୟଜନ୍ତୁ ଭୟ ଯୋଗୁ ସେମାନେ କୋରୁକୋଣ୍ଡା ବ୍ଲକର ଅଲେଖଗୁଡା ଗ୍ରାମକୁ ଚାଲିଆସିଥିଲେ। ୧୨ ବର୍ଷ ହେଲା ଏହି ଗ୍ରାମରେ ବସବାସ କରୁଥିଲେ ମଧ୍ୟ ସେମାନଙ୍କ ଉନ୍ନତି ପାଇଁ ପ୍ରଶାସନ ଗୁରୁତ୍ୱ ଦେଉନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଆଧାର କାର୍ଡ, ଭୋଟର କାର୍ଡ, ରାଶନ କାର୍ଡ ଭଳି ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇ ରହିଛନ୍ତି। ଫଳରେ ସେମାନେ ବିଭିନ୍ନ ସରକାରୀ ଯୋଜନାରୁ ସୁବିଧା ପାଉନାହାନ୍ତି। ଆବଶ୍ୟକ ପ୍ରମାଣପତ୍ର ନ ଥିବାରୁ ପାଖପାଖି ୪ ଜଣ ଦିବ୍ୟାଙ୍ଗ ଭତ୍ତା ମଧ୍ୟ ପାଇପାରୁନାହାନ୍ତି। ଗ୍ରାମରେ ଥିବା ବୃଦ୍ଧାବୃଦ୍ଧ ମଧ୍ୟ ବାର୍ଦ୍ଧକ୍ୟ ଭତ୍ତା ପାଉ ନ ଥିବା ଜଣାପଡିଛି। ଗାଁକୁ ଯିବା ପାଇଁ ପକ୍କା ରାସ୍ତାଟିଏ ନାହିଁ। ନିର୍ମାଣାଧୀନ କଲଭର୍ଟ ଦୀର୍ଘ ଦିନ ଧରି ଅଧାପନ୍ତରିଆ ଅବସ୍ଥାରେ ପଡିଛି। ବର୍ଷା ଦିନେ ଲୋକେ ଏହି କଲଭର୍ଟ ଉପରେ କାଠଗଣ୍ଡି ପକାଇ ଯାତାୟାତ କରିଛନ୍ତି। ଫଳରେ ବର୍ଷା ଋତୁସେମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପାନୀୟ ଜଳ ପାଇଁ ଗ୍ରାମରେ ଏକ ନଳକୂପ ଖନନ ରହିଛି। ସେଥିରୁ ଲୌହ ମିଶ୍ରିତ ପାଣି ବାହାରୁଥିବାରୁ ତାହା ପାନୀୟ ଉପଯୋଗୀ ନୁହେଁ। ଗ୍ରାମବାସୀ ଗ୍ରାମର ଶେଷମୁଣ୍ଡରେ ଥିବା ପାହାଡ଼ ତଳେ ମାଟି ଖୋଳି ଏକ ଚୁଆ ପ୍ରସ୍ତୁତ କରି ସେଠାରୁ ପାଣି ଆଣି ବ୍ୟବହାର କରୁଛନ୍ତି। କେବେ କେବେ ପାଣି ଆଣିବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହେବା ନଜିର ମଧ୍ୟ ରହିଛି। ବ୍ଲକ ପ୍ରଶାସନରୁ ଅଳ୍ପ ଦୂରରେ ଗ୍ରାମଟି ରହିଥିଲେ ସୁଦ୍ଧା ପ୍ରଶାସନ ଗ୍ରାମର ବିକାଶ ପାଇଁ କୌଣସି ପଦକ୍ଷେପ ନେଉନାହିଁ। ବ୍ଲକ ନିକଟସ୍ଥ ଗ୍ରାମ ଅବସ୍ଥା ଯଦି ଏପରି ତେବେ ବ୍ଲକଠାରୁ ଦୂରରେ ଥିବା ଗ୍ରାମଗୁଡିକର ଅବସ୍ଥା ସହଜରେ ଅନୁମେୟ। ଗ୍ରାମବାସୀଙ୍କ ସମସ୍ୟା ସମାଧାନ ପାଇଁ ସାଧାରଣରେ ଦାବି ହେଉଛି। ଏନେଇ କୋରୁକୋଣ୍ଡା ବିଡିଓ ଦାଶରଥି ସରବୁଙ୍କୁ ପଚାରିବାରୁ ସେ କହିଲେ ଯେ, ଅଲେଖଗୁଡା ଗ୍ରାମ ସମସ୍ୟା ପ୍ରତି ଅବଗତ ଅଛି। ଖୁବ୍‌ ଶୀଘ୍ର ସମାଧାନ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri