Posted inଖେଳ

ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌: ଲକ୍ଷ୍ୟ ଆଗେଇଲେ, ସାଇନା, ପ୍ରଣୀଥ୍‌ ନିରାଶ

ବର୍ମିଂହାମ୍‌, ୧୨।୩ (ପି.ଟି.)- ଏଠାରେ ଚାଲିଥିବା ସମ୍ମାନଜନକ ଅଲ୍‌ଇଂଲଣ୍ଡ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତର ଲକ୍ଷ୍ୟ ସେନ୍‌ ଦମ୍‌ଦାର ଆରମ୍ଭ କରିଛନ୍ତି। କ୍ୟାରିୟରର ପ୍ରଥମ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ସିରିଜ-୧୦୦୦ ଟୁର୍ନାମେଣ୍ଟ ଖେଳୁଥିବା ଲକ୍ଷ୍ୟ ୧୭-୨୧, ୨୧-୮, ୨୧-୧୭ ଗେମ୍‌ରେ ବିଶ୍ୱ ମାନ୍ୟତାର ଅଷ୍ଟାଦଶ ସ୍ଥାନରେ ରହିଥିବା ହଂକଂର ଲି ଚେଉକ୍‌ ୟିଉଙ୍କୁ ହରାଇ ଦେଇଛନ୍ତି। ୧୮ ବର୍ଷୀୟ ଲକ୍ଷ୍ୟ ଦ୍ୱିତୀୟ ରାଉଣ୍ଡରେ ବିଶ୍ୱ ମାନ୍ୟତାର ୨ୟ ସ୍ଥାନରେ ରହିଥିବା ନେଦରଲାଣ୍ଡ୍ସର ଭିକ୍ଟର ଏକ୍ସସେଲ ସେନ୍‌ଙ୍କୁ ଭେଟିବେ। ତେବେ ମହିଳା ସିଙ୍ଗଲ୍ସରେ ଭାରତକୁ ନିରାଶ ହେବାକୁ ପଡ଼ିଛି। ଅଲିମ୍ପିକ ବ୍ରୋଞ୍ଜ ପଦକ ବିଜୟିନୀ ସାଇନା ନେହ୍ବାଲଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ସାଇନା ପ୍ରଥମ ରାଉଣ୍ଡରୁ ହିଁ ବିଦାୟ ନେଇଛନ୍ତି। ବିଶ୍ୱ ମାନ୍ୟତାର ୩ୟ ସ୍ଥାନରେ ରହିଥିବା ଜାପାନର ଏକାନେ ୟାମାଗୁଚି ୨୧-୧୧, ୨୧-୮ ସିଧାସଳଖ ଗେମ୍‌ରେ ସାଇନାଙ୍କୁ ହରାଇଛନ୍ତି। ଫଳରେ ୟାମାଗୁଚିଙ୍କଠାରୁ ସାଇନା କ୍ରମାଗତ ୩ୟ ପରାଜୟବରଣ କରିଛନ୍ତି। ଏହି ପରାଜୟ ସହ ସାଇନା ସିଜନରେ ୫ମ ଟୁର୍ନାମେଣ୍ଟରୁ ୩ୟ ଥର ପାଇଁ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଅପରପକ୍ଷରେ ପୁରୁଷ ସିଙ୍ଗଲ୍ସରେ ବି. ସାଇ ପ୍ରଣୀଥ୍‌ ମଧ୍ୟ ପ୍ରଥମ ରାଉଣ୍ଡରୁ ହାରିଯାଇଛନ୍ତି। ପ୍ରଣୀଥ୍‌ଙ୍କୁ ୧୨-୨୧, ୧୩-୨୧ରେ ଚାଇନାର ଝାଓ ଜେନ୍‌ପେଙ୍ଗ୍‌ ପରାସ୍ତ କରିଛନ୍ତି। ଏଥିପୂର୍ବରୁ ପି.ଭି. ସିନ୍ଧୁ ପ୍ରଥମ ରାଉଣ୍ଡ ବିଜୟ ହାସଲ କରିଥିବାବେଳେ କିଡାମ୍ବୀ ଶ୍ରୀକାନ୍ତଙ୍କୁ ନିରାଶ ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri