Posted inଜାତୀୟ

ଅଳକା ଲାମ୍ବା ହୋଇପାରନ୍ତି ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାସ୍ତ ପରେ ଏବେ କଂଗ୍ରେସ ରାଜ୍ୟସ୍ତରର ସଂଗଠନରେ କିଛି ପରିବର୍ତ୍ତନ କରିବାକୁ ଚିନ୍ତା କରିଥିବା ସୂଚନା ମିଳିଛି। ଏହି କ୍ରମରେ କଂଗ୍ରେସ ଟିକେଟରୁ ଚଳିତ ଥର ଚାନ୍ଦିନ ଚୌକ ନିର୍ବାଚନ ମଣ୍ଡଳିରୁ ଲଢିଥିବା ଅଳକା ଲମ୍ବା ରବିବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଥିବା ଜଣାପଡିଛି। ତେବେ କଂଗ୍ରେସର ପରାଜୟକୁ ନେଇ ଭିନ୍ନ ଭିନ୍ନ ପ୍ରକାର କଥା ଶୁଣିବାକୁ ମିଳୁଛି। ବିଶେଷ ସୂତ୍ରରୁ ମିଳିଥିବା ଅନୁଯାୟୀ, ଗତକାଲି ହୋଇଥିବା ବୈଠକରେ କିଛି ପରିବର୍ତ୍ତନ ପାଇଁ ଆଲୋଚନା ହୋଇଥିବା ଅନୁମାନ କରାଯାଉଛି। କଂଗ୍ରେସ ଏବେ ଏକ ପ୍ରକାର ବିନା ମୁଖିଆରେ ଚାଲୁଛି କହିଲେ ଚଳେ। ଏମିତିକି ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ଦିଲ୍ଲୀର ଅଧ୍ୟକ୍ଷ ପଦରେ ଥିବା ସୁଭାଷ ଚୋପ୍ରା ଇସ୍ତଫା ଦେଇ ସାରିଛନ୍ତି। ସେହିପରି ପିସି ଚାକୋଙ୍କ ଇସ୍ତଫା ମଧ୍ୟ ଗ୍ରହଣ କରାଯାଇଛି। ଏବେ ଆଲୋଚନା ହେଉଛି କି ୨୦୨୨ରେ ହେବାକୁ ଥିବା ଦିଲ୍ଲୀ ମ୍ୟୁନିସିପାଲିଟି ନିର୍ବାଚନକୁ ଆଖି ଆଗରେ ରଖି ଏଥର ଦଳ ହୁଏତ ଜଣେ ଯୁବ ନେତାଙ୍କୁ ଦିଲ୍ଲୀର ଦାୟିତ୍ୱ ଦେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri