ଅଶାନ୍ତ ସମୁଦ୍ର, ଲଗାଣ ବର୍ଷା: ପର୍ଯ୍ୟଟକ ଓ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୋଗରାଇ, ୨୬।୯(ଡି.ଏନ.ଏ.)- ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ସୋମବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଭୋଗରାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗି ରହିଛି। ଗତ ବୁଧବାର ଭୋଗରାଇରେ ସର୍ବାଧିକ ୧୫୨.୩ ମି.ମି. ବର୍ଷା ହୋଇଥିବା ବେଳେ ଗୁରୁବାର ୧୫ମି.ମି. ବର୍ଷା ହୋଇଥିବା ରେକର୍ଡ଼ କରାଯାଇଛି। ସେହିପରି ଜଳେଶ୍ୱରରେ ୭ମି.ମି., ବାଲିଆପାଳରେ ୨୮ମି.ମି., ବସ୍ତାରେ ୨୧ମି.ମି. ସହ ଜିଲାରେ ସର୍ବମୋଟ୍‌ ୧୯୪.୬ ମି.ମି. ବର୍ଷା ହୋଇଥିବା ଜରୁରୀକାଳୀନ ଦପ୍ତରରୁ ସୂଚନା ମିଳିଛି। ଗୁରୁବାର ବର୍ଷାର ପରିମାଣ କମ୍‌ ଥିଲେ ମଧ୍ୟ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଭୋଗରାଇର ସମୁଦ୍ରକୂଳିଆ ଗମ୍ଭାରିଆ, ଗାଜପୁର ସହିତ ଉତ୍ତର ଭୋଗରାଇର ବହୁ ତଳିଆ ଗାଁଗୁଡ଼ିକ ରାସ୍ତାରେ ପାଣି ପରିପୂର୍ଣ୍ଣ ହୋଇଥିବାରୁ ଗମନାଗମନରେ ବାଧା ଉପୁଜିଛି।
ଅବିଶ୍ରାନ୍ତ ବର୍ଷା ସାଙ୍ଗକୁ ଅମାବାସ୍ୟା ତିଥିରେ ସମୁଦ୍ର ଉତ୍ତାଳ ହୋଇଛି। ଜୁଆରିଆ ସମୁଦ୍ରର ଉତ୍ତାଳ ଢ଼େଉ କୂଳ ଆଡ଼କୁ ମାଡ଼ି ଆସି ସୁରକ୍ଷା ବନ୍ଧରେ ମାଡ ହେଉଥିବାରୁ ଦୀଘା-ଉଦୟପୁର-ତାଳସାରୀରେ ପର୍ଯ୍ୟଟକମାନେ ଭୟଭୀତ ହୋଇପଡିଛନ୍ତି। ସମୁଦ୍ରର ଉଗ୍ରରୂପ ଦେଖି ପ୍ରଶାସନ ପକ୍ଷରୁ ସମୁଦ୍ରକୁ ଯିବା ପାଇଁ ମତ୍ସ୍ୟଜୀବୀ ଓ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ଘୂର୍ଣ୍ଣିବଳୟ ଓ ମୌସୁମୀ ପ୍ରଭାବରେ ସୁବର୍ଣ୍ଣରେଖା ଉପରମୁଣ୍ଡରେ ଘାଟଶିଳାରେ ୧୫୦ମି.ମି., ଜାମଶୂଳା ୪୩.୮ମି.ମି., ଫେକଘାଟ ୬.୮ମି.ମି. ଓ ଜାମ୍‌ସେଦ୍‌ପୁରରେ ୨୫.୮ମି.ମି. ବର୍ଷା ହୋଇଥିବାର ରେକର୍ଡ଼ କରାଯାଇଛି। ହେଲେ ସୁବର୍ଣ୍ଣରେଖାରେ ବନ୍ୟା ଆଶଙ୍କା ନାହଁି ବୋଲି ସେଚ ବିଭାଗ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri