ଅଂଶୁଘାତରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗ

ବେଗୁନିଆପଡା,୧୨।୬(ଡି.ଏନ୍‌.ଏ.)- କ୍ଷେତ୍ର ପରିଦର୍ଶନ କରି ଫେରୁଥିବାବେଳେ ବୁଧବାର ବେଗୁନିଆପଡା ବ୍ଲକ କନିଷ୍ଠ ଯନ୍ତ୍ରୀ ସୁଧୀର କୁମାର ହୋତାଙ୍କ ମୃତ୍ୟୁ ଘଟିଛି। ଅଂଶୁଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣା ସ୍ପଷ୍ଟ ହେବ।
ପ୍ରକାଶ ଯେ, ବୁଧବାର ପୂର୍ବାହ୍ନରେ କନିଷ୍ଠ ଯନ୍ତ୍ରୀ ହୋତା ତାଙ୍କ ଦାୟିତ୍ୱରେ ଥିବା କୁମ୍ଭାରଗଁା ପଞ୍ଚାୟତକୁ କ୍ଷେତ୍ର ପରିଦର୍ଶନରେ ଯାଇଥିଲେ। ପୂର୍ବାହ୍ନ ପ୍ରାୟ ୧୧ଟାରେ କାମ ସାରି ବାଇକ ଯୋଗେ ବ୍ଲକକୁ ଫେରୁଥିବାବେଳେ ଅଙ୍ଗାର ଗାଁ ନିକଟରେ ପଡି ଯାଇଥିଲେ ଓ ପରେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସୁମଣ୍ଡଳ ମେଡିକାଲକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ମେଡିକାଲରେ ପହଞ୍ଚତ୍ବା ପୂର୍ବରୁ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। କନିଷ୍ଠ ଯନ୍ତ୍ରୀ ହୋତା ୨ ବର୍ଷ ହେବ ବେଗୁନିଆପଡା ବ୍ଲକରେ କାମ କରୁଥିଲେ। ତାଙ୍କ ଘର ବ୍ରହ୍ମପୁରରେ ହୋଇଥିବା ବେଳେ ଘରେ ସ୍ତ୍ରୀ ଓ ଗୋଟିଏ ପୁଅ ଅଛନ୍ତି। ବୁଧବାର ବେଗୁନିଆପହାରେ ତାପମାତ୍ରା ୩୯ ଡିଗ୍ରୀ ଥିବାବେଳେ ପ୍ରବଳ ଗରମ ଅନୁଭୂତ ହେଉଥିଲା। ତେଣୁ ଅଶୁଂଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ତାଙ୍କ ମୃତ୍ୟୁରେ ବ୍ଲକ ଅଧ୍ୟକ୍ଷା କେ. ରାଜଲକ୍ଷ୍ମୀ ଦୋରା, ବିଡିଓ ଅରୁଣ କୁମାର ମଲ୍ଲିକଙ୍କ ସହ ସହକାରୀ ଯନ୍ତ୍ରୀ ଓ ସମସ୍ତ କନିଷ୍ଠ ଯନ୍ତ୍ରୀ, ବ୍ଲକ କର୍ମଚାରୀ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri