ଅଶୋକକୁଁ ଉଧାର କଲା ସ୍ବାସ୍ଥ୍ୟ ବିଭାଗ

ଲାଠୋର,୨୯ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଆଁଝର ପଁଚେତ୍‌ର ସାନଗୁର୍ଜିଭଟା ଗାଁର ପାଲିପଡ଼ାର ଅଶୋକ ବର୍ଗେ(୩୦)। ଗଲା ୫ ବଛର ହେଲା ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଥିଲେ। ସେ ଟଁକା ପଏସା ଅଭାବୁ ଚିକିତ୍ସିତ ନାଇଁ ହେଇପାରି ଘରେ ପଡ଼ିରହିଥିଲେ।

ସୂଚନା ହିସାବେ ମାଏକିନା ଅଞ୍ଜନା ଆର ପୁଓ ଯୁଗେଶ୍ୱରକୁଁ ନେଇ ଅଶୋକକଁର ପରିବାର। ବାପାର ନାଁରେ ଥିବାର ଦୁଇ ଏକର ଜମିରେ ଦୁଇ ଭାଇ ଚାଷବାସ ସଂଗେ କୁଲି ମଜୁରି କରି ପରିବାର ଚଲଉଥିଲେ। ହେଲେ ଆଏଜ୍‌କେ ୫ ବଛର ତଲେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ଲେ ଅଶୋକ। ଗୁଟାମୁଟା ଶରୀର ଦରଦ୍‌ ହେବାର ଲାଗି ସେ ଆର ଚାଲିବୁଲି ନାଇଁପାରଲେ। ପରିବାର ଲୋକ୍‌ ଯାହା ସଁଚିଥିଲେ ତାକର ଚିକିତ୍ସାରେ ଖରଚ୍‌ କରି ନିରାଶ ହେଲେ। ଶେଷେ ପରିବାର ଲୋକ୍‌ ଉପେ ଶୂଇନ୍‌ ହେଇ ଥାନୀୟ ଧରିତ୍ରୀ ପରତିନିଧିକୁଁ ଭେଟି ଦୁଖ୍‌ ବଖାନିଥିଲେ। ଥାନୀୟ ଧରିତ୍ରୀ ପରତିନିଧି ଜିଲା ଚିକିତ୍ସା ଅଧ୍‌କାରୀକୁଁ ଯୋଗାଯୋଗ କରି ଘଟନା ବାବ୍‌ଦେ କହିଥିଲେ। ଗଲା ୨୮.୪.୨୦୧୯, ରଏବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଚିକିତ୍ସା ଲାଗି ଟଁକା ବାଧକ୍‌, ଅଜନା ରୋଗ୍‌ରେ ପୀଡ଼ିତ ଅଶୋକ’ ଶୀରଷକ୍‌ରେ ଖବର ବାହାରିଥିଲା। ଖବର ବାହାରଲାରୁ ସଂଗେ ସଂଗେ ଜିଲା ମୁଖିଆ ଚିକିତ୍ସା ଅଧ୍‌କାରୀ ଡା.ସଞ୍ଜୁକ୍ତା ସାହୁ ଗୁଟେ ଡାକ୍‌ତରି ଦଲ୍‌ ରୁଗୀକଁର ଘରକେ ପଠେଇଥିଲେ। ଡାକ୍‌ତରି ଦଲ୍‌ ଦୁଇପହରର ୩ ବଜେ ରୁଗୀକଁର ଘରେ ପୁହୁଁଚି ଓ୍ବାର୍ଡ ମେମ୍ବର ଗୌରୀ ଛତ୍ରିଆ ଆର ସୁଶାନ୍ତି ନାଗକର ଉପସ୍ଥିତିରେ ଚିକିତ୍ସା ଲାଗି ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକେ ନେଇଥିଲେ। ରୁଗୀ ଅଶୋକ ବର୍ଗେକଁର ସଂଗେ ତାକର ଭାଇ ଆନନ୍ଦ ଆର ପଡ଼ିଶା ଘରର ଜାମଧର ଯାଇଥିବାର ଜନାଯାଇଛେ। ଇ ସାହାଯ୍‌ ଲାଗି ରୁଗୀକଁର ପରିବାର ଲୋକ୍‌ ଧରିତ୍ରୀ ଖବର କାଗଜକେ ଅଶେଷ୍‌ ଧଏନ୍‌ବାଦ ଦେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri