ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ : ପକେଟ୍‌ ମନି ଦାନକଲେ ଜୁହି ଚାଓ୍ବଲାଙ୍କ ପୁଅ

ମୁମ୍ବାଇ: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲାଗିବା ଘଟଣାକୁ ନେଇ ସାରା ବିଶ୍ୱ ଚିନ୍ତା ପ୍ରକଟ କରିଛି। ଅଷ୍ଟ୍ରେଲିଆର ଏହି ବିପତ୍ତି ସମୟରେ ସମସ୍ତେ ସହାୟତାର ହାତ ବଢାଇଛନ୍ତି। ବଲିଉଡ୍‌ ବିୟୁଟି ଜୁହି ଚାଓ୍ବଲାଙ୍କ ପୁଅ ମଧ୍ୟ ଏ କ୍ଷେତ୍ରରେ ଦୁଇ ପାଦ ଆଗକୁ ଆସିଛନ୍ତି। ଜୁହିଙ୍କ ପୁଅ ଅର୍ଜୁନ ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ ନିଜ ପକେଟ ମନି ଦାନ କରିଛନ୍ତି। ଅର୍ଜୁନ ପ୍ରାୟ ୩ଶହ ପାଉଣ୍ଡ ଅଷ୍ଟ୍ରେଲିଆ ସରକାରଙ୍କ ରିଲିଫ୍‌ ଫଣ୍ଡକୁ ଦାନ କରିଥିବା ସୂଚନା ମିଳିଛି। ଏ ସମ୍ପର୍କରେ ଜୁହି କୁହନ୍ତି ପୁଅ ଅର୍ଜୁନ ମୋତେ ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁ ସମ୍ପର୍କରେ ପଚାରିଥିଲେ। ଆଉ ସେଥିପାଇଁ ମୁଁ କ’ଣ କରୁଛି ବୋଲି ସେ ପ୍ରଶ୍ନ କରିଥିଲେ। ଆଉ ଏହାପରେ ସେ ତାଙ୍କ ପକେଟ ମନି ଦାନ କରିଥିବା କହିବା ପରେ ମୋତେ ଖୁସି ଲାଗିଥିଲା। ଜୁହି କହିଥିଲେ ଅର୍ଜୁନଙ୍କ ଏଭଳି କାମ ପାଇଁ ମା’ ହିସାବରେ ମୁଁ ଗର୍ବ ଅନୁଭବ କରୁଛି। ସୂଚନାଯୋଗ୍ୟ, ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁରେ ଏପର୍ଯ୍ୟନ୍ତ ପ୍ରାୟ ୨୫ଜଣ ଲୋକଙ୍କ ମୃତ୍ୟୁ ହୋଇ ସାରିଲାଣି। ଏହାସହ ଏହି ନିଆଁରେ ଶହଶହ ବନ୍ୟଜନ୍ତୁଙ୍କର ମଧ୍ୟ ମୃତ୍ୟୁ ହୋଇଛି। ଏଥିରେ କୋଟିକୋଟି ଟଙ୍କାର ସମ୍ପତ୍ତି ମଧ୍ୟ ନଷ୍ଟ ହୋଇଯାଇଛି। ଅର୍ଜୁନ ଏବେ ବ୍ରିଟେନର ଏକ ବୋର୍ଡିଂ ସ୍କୁଲରେ ପାଠ ପଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri