Posted inଖେଳ

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ଲୋକଙ୍କ ସହାୟତା ପାଇଁ ଜୀବନର ସବୁଠୁ ମୂଲ୍ୟବାନ ଜିନିଷ ନିଲାମ କଲେ ସେନ୍‌ ଓ୍ବାର୍ଣ୍ଣ

କାନବେରା,୬।୯: ଅଷ୍ଟ୍ରେଲିଆରେ ଥିବା ଜଙ୍ଗଲରେ ଦୀର୍ଘ ୪ ମାସ ନଆଁ ଲାଗିଛି। ଫଳରେ ଜଙ୍ଗଲରେ ଥିବା ପାଖାପାଖି ୫୦ କୋଟି ଜୀବଜନ୍ତ ଏବଂ ପକ୍ଷୀ ପୋଡ଼ି ହୋଇଯାଇଛନ୍ତି। ଏହି ନିଆଁ ଅଷ୍ଟ୍ରେଲିଆର ଭିକ୍ଚୋରିଆ ଏବଂ ନ୍ୟୁ ସାଉଥୱେଲସ ଅଞ୍ଚଳରେ ଲାଗିଛି। ଏହି ନିଆଁରେ ୨୦୦ରୁ ଅଧିକ ଘର ପୋଡ଼ି ନଷ୍ଟ ହୋଇଯାଇଛି। ଅଷ୍ଟ୍ରେଲିଆ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ଏଯାବତ ୧୮ ଜଣ ଲୋକଙ୍କ ମୃତ୍ୟୁ ବାବଦରେ ଜଣାପଡ଼ିଛି। ହେଲେ ଆଗାମୀ ସମୟରେ ଏହି ସଂଖ୍ୟା ବଢ଼ିପାରେ। ଏହି ନିଆଁରେ ପ୍ରଭାବିତ ହୋଇଥିବା ଲୋକଙ୍କ ସହାୟତା ପାଇଁ ଆଗେଇ ଆସିଛନ୍ତି ମହାନ କ୍ରିକେଟର ସେନ୍‌ ଓ୍ବାର୍ଣ୍ଣ। ସେ ଜୀବନର ସବୁଠୁ ମୂଲ୍ୟବାନ ଜିନିଷ ନିଲାମ କରିବାକୁ ଯାଉଛନ୍ତି। ଅନ୍ତର୍ଜାତୀୟ କ୍ରିକେଟର କ୍ୟାରିୟର ଆରମ୍ଭ କରିବା ଦିନ ତାଙ୍କୁ ଯେଉଁ କ୍ୟାପ୍‌ ମିଳିଥିଲା ସେ ତାକୁ ନିଲାମ କରିବେ। ସେଥିରୁ ଯାହା ଅର୍ଥ ମିଳିବ ତାକୁ ସେ ଅଗ୍ନି ବିପନ୍ନଙ୍କୁ ସହାୟତା ଦେବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଓ୍ବାର୍ଣ୍ଣ ୧୪୫ଟି ଟେଷ୍ଟ ଖେଳି ୭୦୮ଟି ଉଇକେଟ ନେଇଥିଲେ। ଟେଷ୍ଟରେ ୭୦୦ ଉଇକେଟ ନେବାରେ ସେ ପ୍ରଥମ ଖେଳାଳି ହୋଇପାରିଥିଲେ। ସେହିପରି ୧୯୪ଟି ଏକଦିବସୀୟ ମ୍ୟାଚ ଖେଳି ୨୯୩ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri