ଅଷ୍ଟ୍ରେଲିଆ ବିମାନ ଦୁର୍ଘଟଣା: ୩ ଫାୟାରଫାଇଟର ମୃତ

ନିଉ ସାଉଥ୍‌ ଓ୍ବେଲସ,୨୩।୧: ଅଷ୍ଟ୍ରେଲିଆର ନିଉ ସାଉଥ୍‌ ଓ୍ବେଲସରେ ସି-୧୩୦ ବିମାନ ଗୁରୁବାର ଦୁର୍ଘଟଣା ହୋଇଥିବା ଖବର ମିଳିଛି। ଏଥିରେ ୩ ଆମେରିକୀୟ ଫାୟାପାଇଟରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ମୃତକଙ୍କ ପରିଚୟ ମଧ୍ୟ ମିଳିପାରି ନାହିଁ। ପ୍ରଥମେ ଏହି ଫାୟାରଫାଇଟର ବିମାନ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଥିଲା। ଏହାପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଥିଲା। ସୂଚନାଯୋଗ୍ୟ, ଅଷ୍ଟ୍ରେଲିଆରେ ଜଙ୍ଗଲ ନିଆଁ ଏବେ ସାଧାରଣ ଜୀବନକୁ ବେଶ୍‌ ମାତ୍ରାରେ ପ୍ରଭାବିତ କରିଥିବା ବେଳେ ଏହାକୁ ଲିଭାଇବାକୁ ମାସକରୁ ଅଧିକ ସମୟ ହେବ ଚେଷ୍ଟା ଜାରି ରହିଛି। ଏହି ଜଙ୍ଗଲ ନିଆଁରେ କୋଟିକୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ବେଳେ ହଜାର ହଜାର ବନ୍ୟଜୀବଙ୍କ ମୃତ୍ୟୁ ହେଲାଣି। ଏହାକୁ ଲିଭାଇବାକୁ ଏହି ଫାୟାରଫାଇଟର ମାନେ କଠିନ ପରିଶ୍ରମ କରୁ୍‌ଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri