Posted inଖେଳ

ଅଷ୍ଟ୍ରେଲିଆନ୍‌ ଓପନ ବ୍ୟାଡ୍‌ମିଣ୍ଟନ:ଭାରତର ଅଭିଯାନ ଶେଷ

ସିଡ୍‌ନୀ, ୬।୬(ପିଟି)- ଏଠାରେ ଚାଲିଥିବା ଅଷ୍ଟ୍ରେଲିଆନ୍‌ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ଭାରତୀୟ ପ୍ରତିଦ୍ୱନ୍ଦ୍ୱିତାର ଶେଷ ହୋଇଛି। ଅଲିମ୍ପିକ୍‌ ଓ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ପଦକଧାରୀ ପି.ଭି. ସିନ୍ଧୁ ସିଧାସଳଖ ସେଟ୍‌ରେ ପରାସ୍ତ ହୋଇଛନ୍ତି। ତାଙ୍କ ପୂର୍ବରୁ ପୁରୁଷ ସିଙ୍ଗଲ୍ସ ବର୍ଗର ୬ଷ୍ଠ ସିଡ୍‌ ସମୀର ବର୍ମା ଓ ବି. ସାଇ ପ୍ରଣୀଥ ଓ ପୁରୁଷ ଡବଲ୍ସ ସାତ୍ୱିକସାଇରାଜ ରାନ୍‌କିରେଡ୍ଡୀ ଓ ଚିରାଗ ଶେଟ୍ଟିଙ୍କ ଯୋଡ଼ି ପରାଜୟ ସହ ଟୁର୍ନାମେଣ୍ଟରୁ ବିଦାୟ ନେଇଛନ୍ତି। ଚଳିତ ସିଜନରେ ପ୍ରଥମ ଟାଇଟଲ ଜିତିବାକୁ ଲକ୍ଷ୍ୟ ରଖିଥିବା ୫ମ ର଼୍ୟାଙ୍କ ସିନ୍ଧୁ ୧୯-୨୧, ୧୮-୨୧ ଗେମ୍‌ରେ ନିତଚାଓନ ଜିନ୍ଦପଲଙ୍କଠାରୁ ହାରି ଯାଇଛନ୍ତି। ଉଭୟ ପରସ୍ପରକୁ ୭ ଥର ଭେଟିଥିଲେ ମଧ୍ୟ ଥାଇଲାଣ୍ଡ ଖେଳାଳିଙ୍କ ଦ୍ୱିତୀୟ ବିଜୟ। ପୁରୁଷ ସିଙ୍ଗଲ୍ସ ବର୍ଗର ସମୀରଙ୍କୁ ୧୬-୨୧, ୨୧-୭, ୧୩-୨୧ ଗେମ୍‌ରେ ଓ୍ବାଙ୍ଗ ଜଚ ଓ୍ବେଇ ହରାଇଥିବାବେଳେ ପ୍ରଣୀଥ ୨୩-୨୫, ୯-୨୧ ବ୍ୟବଧାନରେ ଆନ୍ଥୋନୀ ସିନିସକା ଗିଟିଂଙ୍କଠାରୁ ପରାସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?