Posted inଖେଳ

ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌, ନାଡାଲଙ୍କ ସହ ସିଡେଡଙ୍କ ଖେଳାଳିଙ୍କ ବିଜୟ ଅଭିଯାନ

ମେଲବୋର୍ନ,୨୧।୨(ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ ମଙ୍ଗଳବାର ଦ୍ୱିତୀୟ ଦିବସରେ ପହଞ୍ଚିଛି। ବିଶ୍ୱର ୧ ନମ୍ବର ପୁରୁଷ ଖେଳାଳି ସ୍ପେନର ରାଫାଲ ନାଡାଲଙ୍କ ସମେତ ସିଡେଡ ଖେଳାଳିମାନେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ଟପ୍‌ ସିଡ ନାଡ଼ାଲ ବଲଭିଆର ହୁଗୋ ଡେଲିଏନଙ୍କୁ ୬-୨, ୬-୩, ୬-୦ ସେଟ୍‌ରେ ହରାଇ ଅଭିଯାନ ଆରମ୍ଭ କରିବା ସହ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏଥର ସଫଳ ହେଲେ ନାଡ଼ାଲ ସ୍ବଇଜରଲାଣ୍ଡର ରୋଜର ଫେଡେରରଙ୍କ ୨୦ଟି ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ ରେକର୍ଡର ସମକକ୍ଷ ହେବେ। ୩୩ ବର୍ଷୀୟ ନାଡ଼ାଲ ବିଶ୍ୱର ପ୍ରଥମ ଖେଳାଳିଭାବେ ସବୁ ୪ଟି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟକୁ ଅତିକମ୍‌ରେ ଦୁଇଥର ଜିତି ଏକ ବିରଳ ସଫଳତାର ଅଧିକାରୀ ହୋଇଛନ୍ତି। ସେହିପରି ୨୩ତମ ସିଡ ଅଷ୍ଟେଲିଆର ନିକ୍‌ କିର୍ଗିୟସ୍‌ ୬-୨, ୭-୬, ୭-୬ ସେଟ୍‌ରେ ଇଟାଲୀର ଲୋରେଞ୍ଜୋ ସୋନେଗୋଙ୍କୁ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅନ୍ୟଏକ ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ୧୦ମ ସିଡ୍‌ ଖେଳାଳି ଫ୍ରାନ୍ସର ଗାଏଲ ମନ୍‌ଫିଲ୍ସ ୬-୧, ୬-୪, ୬-୨ ସେଟରେ ଚାଇନିଜ ତାଇପେର ୟେନ୍‌- ସୁନ୍‌ ଲୁଙ୍କୁ ହରାଇ ଅଗ୍ରଗତି କରିଛନ୍ତି। କ୍ରୋଏସିଆ ଇଭୋ କାର୍ଲୋଭିକ୍‌ ୭-୬, ୬-୪, ୭-୫ ସେଟ୍‌ରେ କାନାଡ଼ାର ଭାସେକ ପସ୍‌ପିସିଲଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ପଞ୍ଚମ ସିଡ ମାନ୍ୟତା ପାଇଥିବା ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ୬-୩, ୭-୫, ୬-୨ ସେଟ୍‌ରେ ଫ୍ରାନ୍ସର ଆଡ୍ରିଆନ ମାନାରିନୋଙ୍କୁ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି ଅନ୍ୟ ପ୍ରଥମ ରାଉଣ୍ଡ ମ୍ୟାଚ୍‌ଗୁଡିକରେ କାନାଡ଼ାର ମିଲୋସ ରାଓନିକ, କ୍ରୋଏସିଆର ମାରିନ ସିଲିକ୍‌, ୯ମ ସିଡ୍‌ ସ୍ପେନର ରୋବେର୍ଟୋ ବତିସ୍ତା ଅଗୁଟ ବିଜୟ ହୋଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri