Posted inଖେଳ

ଅଷ୍ଟ୍ରେଲିଆନ୍‌ ଓପନ୍‌: ଶରନଙ୍କ ଅଗ୍ରଗତି, ବୋପାନ୍ନା ଆଉଟ୍‌

ମେଲବୋର୍ନ,୨୩।୧(ପିଟି)- ଅଷ୍ଟ୍ରେଲିଆନ ଓପନରେ ଭାରତୀୟ ଖେଳାଳିମାନେ ପୁରୁଷ ଡବଲ୍ସରେ ମିଶ୍ର ପ୍ରଦର୍ଶନ କରିଛନ୍ତି। ଦିଭିଜ ଶରନ ତାଙ୍କ ନ୍ୟୁଜିଲାଣ୍ଡ ପାର୍ଟନର ଆର୍ଟିମ ସିଟାକଙ୍କ ସହ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏହି ଯୋଡି ପ୍ରତିପକ୍ଷ ପର୍ତ୍ତୁଗାଲ ଓ ସ୍ପେନ୍‌ ଯୋଡି ପାବ୍ଲୋ କାରୋନୋ ବୁଷ୍ଟା ଓ ଜୋଆଓ ସୋଉସାଙ୍କୁ ୬-୪, ୭-୫ ସେଟରେ ହରାଇ ଅଗ୍ରଗତି କରିଛନ୍ତି। ପରବର୍ତ୍ତୀ ରାଉଣ୍ଡରେ ଶରନ- ସିଟାକ ମାଟେ ପାଭିକ- ବ୍ରୁନୋ ସୋଆରେସ କିମ୍ବା ବେନ୍‌ ମୋଲାଚ୍‌ ଇଆନ- ଲ୍ୟୁକ ବାମ୍ବ୍ରିଜଙ୍କୁ ଭେଟିବେ।
ଅପରପକ୍ଷରେ ଅନ୍ୟତମ ଅଭିଜ୍ଞ ଭାରତୀୟ ଖେଳାଳି ରୋହନ ବୋପାନ୍ନା ପୁରୁଷ ଡବଲ୍ସ ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ବୋପାନ୍ନା ଓ ତାଙ୍କ ଜାପାନ ପାର୍ଟନର ୟୁସୁଟାକା ଉଚିୟାମା ପ୍ରତିପକ୍ଷ ଆମେରିକାର ଦୁଇ ଭାଇ ବବ୍‌ ଓ ମାଇକ ବ୍ରାଏନ ଯୋଡିଙ୍କଠାରୁ ୧-୬, ୬-୩, ୩-୬ ସେଟ୍‌ରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ବୋପାନ୍ନା ଓ ତାଙ୍କ ସାଥୀ ମାତ୍ର ଏକ ଘଣ୍ଟା ୧୭ ମିନିଟ୍‌ରେ ପରାସ୍ତ ହୋଇଥିଲେ। ଏବେ ବୋପାନ୍ନା ନିଜ ଦେଶର ସାନିଆ ମିର୍ଜାଙ୍କ ସହିତ ମିକ୍ସଡ ଡବଲ୍ସ ଇଭେଣ୍ଟରେ ଅଭିଯାନ ଆରମ୍ଭ କରିବେ। ପୂର୍ବରୁ ମଙ୍ଗଳବାର ଅନ୍ୟତମ ଭାରତୀୟ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇ ବିଦାୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri