ଅଷ୍ଟ୍ରେଲୀୟ ଫୁଟବଲର କୋଭିଡ-୧୯ ଆକ୍ରାନ୍ତ

ସିଡନୀ,୨୮।୩ (ଏ.ପି.):  ଅଷ୍ଟ୍ରେଲିଆର ଜଣେ ଏ-ଲିଗ୍‌ ଫୁଟବଲର କାରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ପ୍ରଥମ ଅଷ୍ଟ୍ରେଲୀୟ ପେସାଦାର ଫୁଟବଲ ଭାବା ସେ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ତେବେ ଏହି ଖେଳାଳିଙ୍କ ନାମ ଜଣାପଡିନାହିଁ। ଏହି ଫୁଟବଲର ଜଣକ ନ୍ୟୁ ସାଉଥ୍‌ ଓ୍ବେଲ୍ସ ରାଜ୍ୟର ନ୍ୟୁକ୍ୟାସଲ ଜେଟ୍ସ ତରଫରୁ ଖେଳିଥାନ୍ତି। ଏକ ଆନ୍ତର୍ଜାତୀୟ ବିମାନ ଉଡାଣ ପୂର୍ବରୁ ଶୁକ୍ରବାର ତାଙ୍କର ଟେଷ୍ଟ କରାଯାଇଥିଲା। ଏଥିରେ ସେ ପଜିଟିଭ ଥିବା ଜଣାପଡିଥିଲା। କିଛ ଦିନ ତଳେ ସେ ବ୍ରିସ୍‌ବେନ ଓ ମୋଲବୋର୍ନ ସିଟି ବିପକ୍ଷରେ ମ୍ୟାଚ୍‌ ଖେଳିଥିଲେ। ଏବେ ତାଙ୍କର ସ୍ବାସ୍ଥ୍ୟବସ୍ଥା ଭଲ ଅଛି ବୋଲି ଜେଟ୍ସ ମୁଖ୍ୟ କାର୍ଯ୍ୟନିର୍ବାହୀ ଲଉଣି ମ୍ୟାକ୍‌କିନ୍ନା କହିଛନ୍ତି। ଲକ୍ଷଣ ଦେଖା ଦେଇଥିଲେ ମଧ୍ୟ ସେ ବେଶ୍‌ ସୁସ୍ଥ ଅଛନ୍ତି। ତାଙ୍କ ପରିବାରକୁ ଆଇସୋଲେଶନରେ ରଖାଯାଇଛି। ତେବେ ଦଳରେ ବାକି ଖେଳାଳିଙ୍କୁ ଆଇସୋଲେଶନରେ ରଖିବାର ଆବଶ୍ୟକତା ନାହିଁ। ସମ୍ପୃକ୍ତ ଫୁଟବଲର ଜଣକୁ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି। ଏ- ଲିଗ୍‌ ମଧ୍ୟ ଏପ୍ରିଲ ୨୨ ପର୍ଯ୍ୟନ୍ତ ସ୍ଥଗିତ ହୋଇଛି। ଦଳର ସବୁ ଖେଳାଳିଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖାଯାଇଛି। ଯଦି କାହା ପାଖରେ କିଛି ବି ଲକ୍ଷଣ ଦେଖାଯାଏ ତାହେଲେ ତାଙ୍କୁ ଆଇସୋଲେଟ କରାଯିବ ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, କରୋନା ଭାଇରସ୍‌ କାରଣରୁ ସାରା ବିଶ୍ୱରେ ୨୪,୦୦୦ ବ୍ୟକ୍ତି ମୃତ୍ୟୁମୁଖରେ ପଡିଛନ୍ତି ଓ ପ୍ରାୟ ୬ଲକ୍ଷ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri