ଅସଦାଚରଣ ଅଭିଯୋଗର ନିରପେକ୍ଷ ତଦନ୍ତ ଦାବି: ଥାନା ଆଗରେ ଛାତ୍ରୀଙ୍କ ବିକ୍ଷୋଭ, ରାସ୍ତା ଅବରୋଧ

ରାଇରଙ୍ଗପୁର,୫ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା କଲେଜ ଛାତ୍ରୀ ଟ୍ୟୁଶନ ଯାଇଥିବାବେଳେ ମଙ୍ଗଳବାର ଜଣେ କମ୍ପ୍ୟୁଟର ଶିକ୍ଷକ ତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ରାଇରଙ୍ଗପୁର ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ବୁଧବାର ଏହି ଘଟଣା ଭିନ୍ନମୋଡ଼ ନେଇଥିବା ଦେଖିବାକୁ ମିଳିଥିଲା। କଲେଜର ଅନ୍ୟ ଛାତ୍ରୀମାନେ ସମ୍ପୃକ୍ତ କମ୍ପ୍ୟୁଟର ଶିକ୍ଷକ ନିର୍ଦ୍ଦୋଷ ବୋଲି ଦାବି କରିବା ସହ ତାଙ୍କୁ ମିଥ୍ୟା ମାମଲାରେ ଗିରଫ କରାଯାଇଥିବା ଅଭିଯୋଗ କରିଛନ୍ତି। ଛାତ୍ରୀମାନେ ଘଟଣାର ନିରପେକ୍ଷ ତଦନ୍ତ ଦାବିକରି ଟାଉନ ଥାନା ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ସ୍ଥାନୀୟ ଅତିରିକ୍ତ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖ ୨୨୦ ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ପ୍ରାୟ ୨ ଘଣ୍ଟା ଧରି ରାସ୍ତା ଅବରୋଧ ଚାଲିବାରୁ ଗାଡ଼ି ମୋଟର ଚଳାଚଳ ବ୍ୟାହତ ହୋଇଥିଲା। ଟାଉନଥାନା ଅଧିକାରୀ ରଞ୍ଜନ କୁମାର ସେଠୀ ଏବଂ କଲେଜର ଅଧ୍ୟକ୍ଷ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀମାନଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ଅନ୍ୟପକ୍ଷେ ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। କୋର୍ଟରେ ତାଙ୍କର ଜାମିନ ଆବେଦନ ନାକଚ ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ପୀଡିତା ଛାତ୍ରୀଙ୍କୁ ମଧ୍ୟ ପୋଲିସ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ହାଜର କରାଇ ତାଙ୍କ ବୟାନ ରେକର୍ଡ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri