ଅସରଳା ଗ୍ରାମରେ ଚୋରି :୬ଲକ୍ଷ ଟଙ୍କା,୯ ଭରି ସୁନା ଲୁଟ୍‌

୧୫ା୫(ଡି.ଏ.ଏନ.)-ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡିସ୍ଥିତ ଅସରଳା ଗ୍ରାମରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ବଡ ଧରଣର ଚୋରି ହୋଇଯାଇଛି। ଚୋରମାନେ ଗ୍ରାମର ୫ ପରିବାରଙ୍କ ଘରେ ପଶିଥିଲେ । ମାତ୍ର ଦୁର୍ବୃତ୍ତମାନେ ଗ୍ରାମର ଶ୍ରୀନିବାସ ସ୍ବାଇଁ ଏବଂ ତାଙ୍କ ବଡଭାଇ ଭାଗୀରଥି ସ୍ବାଇଁଙ୍କ ଘରୁ ପ୍ରାୟ ୬ ଲକ୍ଷ ନଗଦ ଟଙ୍କା, ୯ ଭରି ସୁନା ଅଳଙ୍କାର, ୧୭ ଭରି ରୁପା ଗହଣା ସହ ଗୃହରେ ଥିବା ଅନ୍ୟ ଆସବାବ ପତ୍ର ଚୋରି କରିଥିବା ଶ୍ରୀନିବାସ ପୋଲିସ ନିକଟରେ ଅଭିଯୋଗ କରିଛନ୍ତିି। ଶ୍ରୀନିବାସ କହିଛନ୍ତି ଯେ, ସେ ତାଙ୍କ ବଡଭାଇଙ୍କ ଝିଅ ବାହାଘର ପାଇଁ ନଗଦ ଟଙ୍କା ରଖିଥିଲେ। ସେମାନେ ଖାଇସାରି ଶୋଇପଡ଼ିିଥିବାବେଳେ ଚୋରମାନେ କବାଟ ଭାଙ୍ଗି ଧନ ସମ୍ପଦ ଲୁଟି ନେଇଥିଲେ। ଦୁର୍ବୃତ୍ତମାନେ ଗ୍ରାମର ଲକ୍ଷ୍ମଣ ପ୍ରଧାନ, ବାବାଜୀ ପାଇକରାୟ, ପବନା ବଳିୟାରସିଂ ଓ ଭୁଜବଳ ସାମନ୍ତରାୟଙ୍କ ଘରେ ମଧ୍ୟ ଚୋରି କରିବାକୁ ଉଦ୍ୟମ କରି ସଫଳ ହୋଇପାରି ନ ଥିଲେ। ସୁର ମିଶ୍ରଙ୍କ ଘରେ ପଶି ଆଲମାରି ଭାଙ୍ଗୁଥିବାବେଳେ ପରିବାର ଲୋକେ ଉଠିପଡିବାରୁ ଦୁବୃର୍ତ୍ତମାନେ ଚମ୍ପଟ ମାରିଥିଲେ। ଶ୍ରୀନିବାସଙ୍କ ଅଭିଯୋଗ ପାଇ ବାଙ୍କୋଇ ଫାଣ୍ଡି ପୋଲିସ ଅସରଳାରେ ପହଞ୍ଚତ୍ ଘଟଣାର ସନ୍ଧାନ ଚଳାଇଥିଲେ ମଧ୍ୟ କୌଣସି ଅଭିଯୁକ୍ତଙ୍କୁ ଗିରଫ କରାଯାଇପାରିନି। ଏହି ପରିପ୍ରେକ୍ଷୀରେ ସାଧାରଣ ଲୋକଙ୍କ ଧନ, ଜୀବନ ସୁରକ୍ଷା ନିମନ୍ତେ ରାତିରେ ପୋଲିସ ପାଟ୍ରୋଲିଂ ପାଇଁ ଗ୍ରାମବାସୀ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri